www.samajalive.in
Sunday, December 14, 2025
17.1 C
Bhubaneswar

ଶନିବାର ରାଶିଫଳ (୨୮.୧୦.୨୦୨୩)

ମେଷ : ଭଲ ଆୟ ହେବ। ବନ୍ଧୁ ବା ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ବୃଷ :  ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସାହସୀ, ଜ୍ଞାନୀ ଓ ଗୁଣୀ ହେବେ।

ମିଥୁନ : ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ,ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ସୁଖୀ ଜୀବନ ବିତାଇବେ।

କର୍କଟ :  ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ବିବାଦୀୟ ଘଟଣାର ସମାଧାନ ପାଇଁ ଉଦ୍ୟମ ଜାରି ରଖିବେ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ କରଣୀୟ। ସରକାରୀ ଅର୍ଥ ମଳିପାରେ।

ସିଂହ : ଭାଗ୍ୟଶାଳୀ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତା ମିଳିବ, ତା’ର ସୁବିନିଯୋଗ କରି ଲୋକପ୍ରିୟତା ଅର୍ଜନ କରିବେ। ପ୍ରତିଯୋଗିତାରେ କୃତିତ୍ବ ହାସଲ କରିବେ।

କନ୍ୟା : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କେତେକ ବନ୍ଧୁ କରଛଡ଼ା ଦେଇପାରନ୍ତି। ଅବିବାହିତଙ୍କ ମନୋରମା କନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ପ୍ରତ୍ୟେକ କାର୍ଯ୍ୟରେ ସତର୍କ ରହିବେ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ହେବ। କର୍ମକ୍ଷେତ୍ର ଅତ୍ୟନ୍ତ ଫଳଦାୟକ ହେବ। ସେବା ମନୋଭାବର ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ଆନନ୍ଦ ଉପଭୋଗ କରିବେ।

ବିଛା : ଭାଇବନ୍ଧୁଙ୍କ ସହାୟତା ପାଇ ଶତ୍ରୁ ବିନାଶ କରିବେ ଓ ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ମନରେ ଅହଂଭାବ ଉଦ୍ରେକ ହୋଇପାରେ। ସଂକଟ ଦୂର ହେବ।

ଧନୁ : ଅଧ୍ୟୟନରତ ହେବେ। ବିଭାଗୀୟ ଓ ଅନ୍ୟାନ୍ୟ ସୂତ୍ରରୁ ଅର୍ଥ ପ୍ରାପ୍ତି ସୂଚନା ମିଳୁଛି। ପାରିବାରିକ ଜୀବନ ସୁଖପ୍ରଦ ହେବ। କର୍ମତତ୍ପର ରହିବେ। ଭ୍ରମଣ ସୁଖ ମିଳିବ। ସାକ୍ଷାତକାର ବନ୍ଦ ରଖିବେ।

ମକର : ପରିଶ୍ରମ କଷ୍ଟସାଧ୍ୟ ହୋଇପାରେ; ମାତ୍ର ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରେ ସୁଧାର ଆସିବ। ସତର୍କ ନ ରହିଲେ ଦ୍ରବ୍ୟ ନଷ୍ଟ ହେବାର ସୂଚନା ମିଳୁଛି।

କୁମ୍ଭ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନ ଫଳରେ ବିଜୟର ମାର୍ଗ ଉନ୍ମୁକ୍ତ ରହିବ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି। ଗୁରୁକୃପା ଲାଭ କରିବେ। ସୁଖୀ ହେବେ।

ମୀନ : ଗୁରୁତ୍ବପୂର୍ଣ୍ଣ ପ୍ରତିଯୋଗିତାରେ ବିଜୟୀ ହେବେ। ଧର୍ମଧାରଣାଯୁକ୍ତ ହେବେ। ସହନଶୀଳ ହେବା ଆଶା କରାଯାଏ। ଶୁଭକର୍ମ କରଣୀୟ। ବିଭିନ୍ନ ସୂତ୍ରରୁ ଧନାଗମର ସୂଚନା ମିଳୁଛି। ବ୍ୟବସାୟରୁ ଲାଭ ମିଳିବ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories