www.samajalive.in
Tuesday, December 9, 2025
15.1 C
Bhubaneswar

ଶୁକ୍ରବାର ରାଶିଫଳ (୨୯.୦୯.୨୦୨୩)

ମେଷ :  କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ ମାର୍ଗରେ ଧନ ବ୍ୟୟ କରିବେ।

ବୃଷ : ଆୟୁଷ୍ମାନ୍‌ ହେବେ। ଧାର୍ମିକ ଓ ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ। ସୁଖୀ ହେବେ।

ମିଥୁନ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ଦୟା ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ଓ ତେଜୀୟାନ ହେବେ।

କର୍କଟ : ଭାଗ୍ୟଶାଳୀ ହେବେ। ସାରାଦିନ ଭୋଗ ବିଳାସରେ କଟାଇ ପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ : ଆଜି ଦିନସାରା ସତର୍କତାର ସହ ଚଳିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବା ସହ ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭ କାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ।

କନ୍ୟା : ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ମନରେ ଉପୁଜିଥିବା ଅଂହକାରକୁ ବିସର୍ଜନ ଦେଇପାରନ୍ତି। କର୍ମଠ ହେବେ।

ତୁଳା : ଭ୍ରାତୃତ୍ବ ବନ୍ଧନର ନିବିଡ଼ତା ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟରେ ସହାୟକ ହେବ। ଆୟୁଷ୍ମାନ୍‌ ହେବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ସରକାରୀ ଜନସେବାରେ ଥାଇ ମଧ୍ୟ ଲୋକଙ୍କ ଆସ୍ଥାଭାଜନ ହେବେ।

ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ଧନୁ : ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି, ନ କରିବା ଭଲ। ଯାନବାହନ ସୁଖ ମିଳିପାରେ।

ମକର : ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପ୍ରାପ୍ତ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କୁମ୍ଭ : ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପରିବାର ସ୍ନେହୀ ଓ ମିତ୍ରପ୍ରିୟ ହେବେ।

ମୀନ : ଶାନ୍ତିପ୍ରିୟ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ଲାଭ କରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories