ମଙ୍ଗଳବାର ରାଶିଫଳ (୦୨/୦୮/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Aug 2, 2022 Share ମେଷ : ସୁସ୍ଥ ଓ ନିରାମୟ ରହିବେ। ଭ୍ରାତୃଭାବ ସ୍ନେହପୂର୍ଣ୍ଣ ହେବ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ମିତବ୍ୟୟୀ ହେବାର ସୂଚନା ମିଳୁଛି। ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭ ହୋଇପାରେ। ପତ୍ନୀ ସୁଶୀଳା ଓ ଆଜ୍ଞାକାରିଣୀ ହେବେ। ତେଜସ୍ବୀ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ। ମିଥୁନ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍କଟ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ସମ୍ମାନସୂଚକ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପ୍ରତ୍ୟେକ କାର୍ଯ୍ୟ ସହଜ ହେବ। ସିଂହ : ଭାଗ୍ୟଶାଳୀ ହେବେ। ବିକାଶମୁଖୀ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କଠାରୁ ସହାୟତା ମିଳିବ। କନ୍ୟା : ଜ୍ଞାତି, କୁଟୁମ୍ବ, ଆତ୍ମୀୟସ୍ବଜନ ଓ ପ୍ରିୟ ବନ୍ଧୁମାନଙ୍କ ଦ୍ବାରା ସମ୍ବର୍ଦ୍ଧିତ ହୋଇପାରନ୍ତି। ଆୟ ଊଣା ହେବ ନାହିଁ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ଧନ ଲାଭ ହେବ। Related Posts ଖୋଲିଲା ରାଜଭବନ ଉଦ୍ୟାନ, ଜନସାଧାରଣଙ୍କ ସହ… Jan 13, 2025 କମେଣ୍ଟମରା ସହି ନ ପାରି ବିଷ ପିଇଦେଲେ ଯୁବତୀ,… Jan 13, 2025 ତୁଳା : କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଭାଷା ପ୍ରୀତିପୂର୍ଣ୍ଣ ହେବ। ସାଧନା ଫଳବତୀ ହେବ। ରାଜଯୋଗ ଥିବାରୁ ଅସାଧ୍ୟ ସାଧନ କରି ଜନପ୍ରିୟ ହେବେ। ବିଛା : ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲୋଭ ହେବ। ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ। ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ, ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହୋଇପାରନ୍ତି। ମକର : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛାଭାବ ରହିବ। କୁମ୍ଭ : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ସେବା ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ମୀନ : ବନ୍ଧୁ ମିଳନ ଦ୍ବାରା ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ। ମନରେ ଅହଂଭାବ ଆସିପାରେ। Share FacebookTwitterWhatsApp
Comments are closed.