ଶନିବାର ରାଶିଫଳ (୨ ଡିସେମ୍ବର)

ମେଷ : ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ଉଦାର ସ୍ବଭାବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। କର୍ମଠ, ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ବୃଷ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। କର୍ମଚଞ୍ଚଳ ରହିବେ।
ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ : ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ। ଲୋକପ୍ରିୟ ହେବେ। ସାମାଜିକ ସ୍ତରରେ ଗୌରବର ଅଧିକାରୀ ହେବେ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। କର୍ମଚଞ୍ଚଳ ରହିବେ।
ସିଂହ : କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ରାଜଯୋଗ ଭୋଗ ହେତୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସଫଳ ହେବେ। ଶ୍ରେଷ୍ଠତା ବଜାୟ ରହିବ।
କନ୍ୟା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
Related Posts
Comments are closed.