www.samajalive.in
Monday, December 8, 2025
16.1 C
Bhubaneswar

ଗୁରୁବାର ରାଶିଫଳ (୦୨/୦୯/୨୦୨୧)

ମେଷ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି। ଦେବ ଦର୍ଶନ ଲାଭର ସୁଯୋଗ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

ବୃଷ : ତ୍ୟାଗଶୀଳ ହେବେ। ନୀତିଜ୍ଞ ହୋଇପାରନ୍ତି । ବିବିଧ ଧନଯୁକ୍ତ ହେବେ। ଚଞ୍ଚଳମାନ ହୋଇପାରନ୍ତି । ଅତି ସୁଖୀ ଓ କୀର୍ତ୍ତିଶାଳୀ ହେବେ। ସହିଷ୍ଣୁ ହୋଇପାରନ୍ତି। ସତ୍‌କର୍ମରୁ ମୂଲ୍ୟବାନ୍‌ ଧାତୁ ଦ୍ରବ୍ୟ ମିଳିବ । 

ମିଥୁନ : ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଚିନ୍ତାଧାରା ମହତ୍‌ ହେବ। ସମାଜସେବା ଓ ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି।

କର୍କଟ : ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି । ନାନା ଦୁଃଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ମଧୁର କଥାରେ ପରକୁ ଆପଣାର କରିବାରେ ସକ୍ଷମ ହେବେ ।

ସିଂହ : ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ନିଜକୁ ସତ୍‌କର୍ମରେ ନିୟୋଜିତ କରିବେ। ସରକାରୀ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି ।

କନ୍ୟା :  କର୍ତ୍ତବ୍ୟନିଷ୍ଠ ହେବେ। କର୍ମକ୍ଷେତ୍ରରୁ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଘାତଚନ୍ଦ୍ର ହେତୁ ସତର୍କରେ ଚଳିବେ ।

ତୁଳା : ସାଂଗଠନିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିବେ। ଜନସମର୍ଥନ ମିଳିପାରେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରଶଂସା ମିଳିବ ।

ବିଛା : ଥଣ୍ଡା-କଫ ଯୋଗୁଁ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଦ୍ଧ ସ୍ବଭାବର ହୋଇପାରନ୍ତି। ସମାଜସେବା ଓ ପରୋପକାର କରି ପୁଣ୍ୟ ଅର୍ଜନ କରିବେ। ସୁଶୀଳ ଓ ଜନବଲ୍ଲବ ହୋଇପାରନ୍ତି । ସତର୍କତାର ସହ ଚଳିବାକୁ ପଡ଼ିବ।

ଧନୁ : ବନ୍ଧୁ ମିଳନ ଘଟିବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସୁସ୍ବାଦୁ ଓ ମିଷ୍ଟାନ୍ନ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି ।

ମକର : ଅନ୍ୟାୟାସରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ଶୁଣି ଖୁସି ହେବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ସମ୍ପାଦନ କରିବେ। ଋଣ ପରିଶୋଧ କରିପାରନ୍ତି ।

କୁମ୍ଭ : ଅଧ୍ୟୟନରତ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହେବେ । ପାରିବାରିକ ଜୀବନ ସୁଖମୟ ହେବ। ଅଧସ୍ତନମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଶାସ୍ତ୍ରାଭ୍ୟାସୀ ହେବେ ।

ମୀନ : ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ। ଯାନ-ବାହନ ସୁଖ ମିଳିପାରେ। କୃଷି କାର୍ଯ୍ୟକୁ ପ୍ରାଧାନ୍ୟ ଦେବେ । ବାସଗୃହ, ପରିବେଶ ସ୍ବଚ୍ଛ ଓ ନିର୍ମଳ ରହିବ। ନୂତନ ବସ୍ତ୍ର ଓ ଅର୍ଥପ୍ରାପ୍ତ ହେବେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories