www.samajalive.in
Sunday, December 14, 2025
19.1 C
Bhubaneswar

ମଙ୍ଗଳବାର ରାଶିଫଳ (୩୦.୦୫.୨୦୨୩)

ମେଷ : ପାରିପାର୍ଶ୍ବିକ ଅବସ୍ଥାକୁ ଅନୁଧ୍ୟାନ କରି ବାହ୍ୟ ଖର୍ଚ୍ଚ ସୀମିତ ରଖିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ମିଥୁନ : ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମରେ ସଫଳ ହେବେ। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି।

କର୍କଟ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ସିଂହ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

କନ୍ୟା : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ତୁଳା : ଏକାନ୍ତରେ ତପସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ରାଜଯୋଗ ଅଛି। ଉଚ୍ଚ ସମ୍ମାନର ଅଧିକାରୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ବିଛା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ଧନୁ : କୁଳ ଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। ସୁଖୀ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଈର୍ଷାଠାରୁ ଦୂରେଇ ରହିବାକୁ ଉଦ୍ୟମ କରିବେ। ଆକସ୍ମିକ ବିପଦକୁ ମୁକାବିଲା କରିବେ।

ମୀନ : ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଉପୁଜିଥିବା ଅହଂଭାବକୁ ଦୂର କରିବେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories