ସୋମବାର ରାଶିଫଳ (୩୧ ଜୁଲାଇ ୨୦୨୩)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଳାସୀ ହୋଇପାରନ୍ତି। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମଠ ହେବେ।

ବୃଷ : ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ସତର୍କତାର ସହ ଚଳିବେ।

ମିଥୁନ : ବନ୍ଧୁ ମିଳନ ଦ୍ବାରା ଉପକୃତ ହେବେ। ସମାଜସେବୀଭାବେ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

କର୍କଟ : ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ କର୍ମତତ୍ପର ରହିବେ।

ସିଂହ : ପ୍ରଚୁର ଆୟ ସହିତ ବ୍ୟାପକ ବ୍ୟୟ ଅବ୍ୟାହତ ରହିବ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧର୍ମ ଧ୍ବଜାଧାରୀ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ହେବେ।

କନ୍ୟା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

prayash

ତୁଳା : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତି, ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ବିଛା : ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

ଧନୁ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ମକର : ତପ ସାଧନାରୁ ବରଦାନ ପାଇପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ି । ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ।

କୁମ୍ଭ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ମିଳିବାର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ମୀନ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

Comments are closed.