ସୋମବାର ରାଶିଫଳ ( ୩୧/୧୦/୨୦୨୨)

ମେଷ :  ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ବୃଷ :  ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ଈଶ୍ବର ବିଶ୍ବାସୀ ଓ ଶାସ୍ତ୍ରାନୁରାଗୀ ହେବେ।

ମିଥୁନ : ବନ୍ଧୁ ମିଳନରେ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ : ବାହ୍ୟ ଖର୍ଚ୍ଚକୁ ସୀମିତ ରଖିବାକୁ ପଡ଼ିବ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ସିଂହ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

କନ୍ୟା :  ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମରେ ଦକ୍ଷ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

prayash

ତୁଳା : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ବିଛା :  ଭାଗ୍ୟର ଆମୂଳଚୂଳ ପରିବର୍ତ୍ତନ ଘଟିବ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ।

ଧନୁ : ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।

ମକର : ସାଧନାରେ ସିଦ୍ଧିପ୍ରାପ୍ତିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ସଦ୍‌ଜ୍ଞାନସମ୍ପନ୍ନ ହେବେ। ସାହସୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

କୁମ୍ଭ : ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଧନ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ଶାସ୍ତ୍ର ପ୍ରତି ରୁଚି ରହିବ। ପ୍ରତି କାର୍ଯ୍ୟରେ ସଫଳ ହେବେ।

ମୀନ : କୁଳ ଚନ୍ଦ୍ରମା ହୋଇପାରନ୍ତି। ଜ୍ଞାନ ରୂପକ ପ୍ରଦୀପ ଜଳାଇ ଚଲାପଥକୁ ଆଲୋକିତ କରିବେ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ରହିବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହ ବଢ଼ିବ।

Comments are closed.