www.samajalive.in
Monday, December 8, 2025
20.1 C
Bhubaneswar

ମଙ୍ଗଳବାର ରାଶିଫଳ (୦୩/୦୮/୨୦୨୧)

ମେଷ :  କୃଷି କର୍ମରେ ତତ୍ପର ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଅତିସୁଖୀ ଓ କୀର୍ତ୍ତିମାନ ହେବେ। ମନ ପ୍ରସନ୍ନ ରହିବ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ଓ ନୀତିନିଷ୍ଠ ହେବେ।

ବୃଷ : ଭଲ ରୋଜଗାର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବେ।

ମିଥୁନ : ନିରୋଳା ସ୍ଥାନରେ ସାଧନାରତ ହୋଇପାରନ୍ତି। ଦାନାର୍ଥେ ଅଧିକ ଧନ ବ୍ୟୟ କରିବେ। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ମଧୁର କଥା ଯୋଗୁଁ ଆଦର ମିଳିବ।

କର୍କଟ : ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ଦିଗରୁ ଏପରିକି ସରକାରୀ ସୂତ୍ରରୁ ସମ୍ମାନ ଓ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।

ସିଂହ : ଶୁଭ ଖବର ପ୍ରାପ୍ତି ଯୋଗୁଁ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। 

କନ୍ୟା : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ତୁଳା : ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ବଞ୍ଚିତ କାର୍ଯ୍ୟ ପାଇଁ ଅର୍ଥାଭାବ ଦେଖାଦେଇପାରେ। କାର୍ଯ୍ୟ ହାସଲ ପାଇଁ ନିର୍ଭରଶୀଳ ହେବେ। ସତ୍ୟରତ ଜନପ୍ରିୟ ହେବେ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ ।

ବିଛା :  ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି ।

ଧନୁ : ଦାମ୍ଭିକତା ପ୍ରଦର୍ଶନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ଶୁଣି ପ୍ରଫୁଲ୍ଲିତ ହେବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିପାରନ୍ତି ।

ମକର : ଶୁଭ ସମାଚାର ପାଇପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବାର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପଢ଼ାପଢ଼ି ଉପରେ ବିଶେଷ ଧ୍ୟାନ ଦେବେ। ପତ୍ନୀ ସୁଶୀଳା ଓ ସୁନ୍ଦର ହୋଇପାରନ୍ତି ।

କୁମ୍ଭ : ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଅଶାନ୍ତି ଦୂର ହେବ। ଯାନବାହନ ସୁଖ ମିଳିବ। ଧର୍ମ-କର୍ମ ସମ୍ପାଦନ କରିପାରନ୍ତି ।

ମୀନ : କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଶୁଭ କାର୍ଯ୍ୟ ସମୟ ଅନୁକୂଳ ରହିଛି । ଦେବଦର୍ଶନ ପାଇ ଖୁସି ହେବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories