ସୋମବାର ରାଶିଫଳ (୦୩.୦୭.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Jul 3, 2023 Share ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। ପରୋପକାରୀ ହେବେ। ବୃଷ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ। ମିଥୁନ : ବନ୍ଧୁ ମିଳନର ସମ୍ଭାବନା ଅଛି। ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। କର୍କଟ : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସିଂହ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଦାନ ଦେବା ସହିତ ଦାନ ଗ୍ରହଣ କରିପାରନ୍ତି। କନ୍ୟା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ସୁସ୍ଥ ରହିବେ। Related Posts ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର Jan 9, 2025 ‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ… Jan 9, 2025 ତୁଳା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ। ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନୁ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ସୈନିକମାନେ ବୀରତ୍ବ ପ୍ରଦର୍ଶନ କରିବେ। ମକର : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁୁଭବ କରିପାରନ୍ତି। କାର୍ଯ୍ୟରେ ବିଘ୍ନ ଉପୁଜିପାରେ। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। କୁମ୍ଭ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିପାରେ। ଯାନବାହନ ସୁଖ ମିଳିବ। ମୀନ : ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। Share FacebookTwitterWhatsApp
Comments are closed.