ମଙ୍ଗଳବାର ରାଶିଫଳ (୦୪/୦୧/୨୦୨୨)

ମେଷ : ପରିବାରର ମୁଖ୍ୟ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।

ବୃଷ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ସାରାଦିନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଧର୍ମ ଧ୍ବଜାଧାରୀ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

ମିଥୁନ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ପାଇବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟରେ ସତର୍କ ହେବେ।

କର୍କଟ : ବନ୍ଧୁଙ୍କଠାରୁ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

ସିଂହ : ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

କନ୍ୟା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।
ତୁଳା : ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ।

ବିଛା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମାର୍ଜିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ।

ମକର : ଆୟର ମାତ୍ରା ବୃଦ୍ଧି ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ : କର୍ମଚଞ୍ଚଳ ରହିବେ। ସାଧନାର ପ୍ରଥମ ସୋପାନ ଏକାନ୍ତରେ କିଛି ସମୟ କଟାଇ ପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ। ଦୃଢ଼ ବିକ୍ରମ ସମ୍ପନ୍ନ ହେବେ। ଶ୍ରେଷ୍ଠାସନରେ ଅସୀନ ହେବେ।

 ମୀନ : ନାନାବିଧ ସମ୍ମାନର ଅଧିକାରୀ ହେବେ। ଯାନବାହନ ସୁଖ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।

Comments are closed.