www.samajalive.in
Monday, December 8, 2025
14.1 C
Bhubaneswar

ସୋମବାର ରାଶିଫଳ (୦୪/୦୫/୨୦୨୦)

ମେଷ: ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବେ। ବନ୍ଧୁ ସହଯୋଗ ଭଳି ସୁସମ୍ବାଦ ପାଇ ଆଶାବାଦୀ ହେବେ। ମାନସିକ ଶାନ୍ତି ଫେରି ପାଇବେ। ଶୁଭଫଳ ପାଇ ସୁଖୀ ହେବେ। ଋଣ ପରିଶୋଧ କରିବେ।

ବୃଷ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ହଠାତ୍‍ କିଛି ଧନ ପ୍ରାପ୍ତ ହେବେ।

ମିଥୁନ: ଚିନ୍ତାଗ୍ରସ୍ତ ହୋଇପାରନ୍ତି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପରିଶ୍ରମ ଅତ୍ୟଧିକ ହେଲେ ବି; ତା’ର ମୂଲ୍ୟ ମିଳିବ। ଜନପ୍ରିୟ ହେବେ। ବିନୀତ ସ୍ୱଭାବ ସମ୍ପନ୍ନ ହେବେ। ନିତ୍ୟାନନ୍ଦ ଯୁକ୍ତ ଓ ଗୁଣବାନ୍‍ ହେବେ।

କର୍କଟ: ଶ୍ରମପ୍ରିୟ ହେବେ। ଉତ୍ସାହିତ ହୋଇ କାର୍ଯ୍ୟ ସଂପାଦନ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‍ ହେବେ।

ସିଂହ: ଖର୍ଚ୍ଚାନ୍ତ ହୋଇପାରନ୍ତି। ମନ ବିଷାଦିତ ହୋଇପାରେ। ଆଶାବାଦୀ ହେବେ। ଫଳାଫଳକୁ ଆଶା ନ ରଖି କାର୍ଯ୍ୟ କରିଚାଲିବେ। ନୀତିରୁ ବିଚ୍ୟୁତ ହେବେ ନାହିଁ। ଧନାଗମର ସୂଚନା ମିଳୁଛି। ଅତି ସୁଖୀ, କୀର୍ତ୍ତିମାନ ହୋଇପାରନ୍ତି।

କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଭଲ ଆୟ ହେବାର ସୂଚନା ମିଳୁଛି। ବନ୍ଧୁ ବା ସରକାରୀ ସୂତ୍ରରୁ ଲାଭବାନ୍‍ ହେବେ। ଉତ୍ତମ ଭୋଜନ ମିଳିବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ତୁଳା: ଯାତ୍ରା ମାର୍ଗ କଣ୍ଟକିତ ହୋଇପାରେ। ଚଞ୍ଚଳମନା ଓ କାର୍ଯ୍ୟରେ ନିଷ୍ଠା ଯୋଗୁଁ ସବୁ ବାଧା-ବିଘ୍ନକୁ ଏଡ଼ାଇ ଆଗକୁ ବଢ଼ି ପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ଶୁଭକାର୍ଯ୍ୟରେ ଅଧିକ ବ୍ୟୟ ହୋଇପାରେ।

ବିଛା: ସୁଖ-ସମ୍ମାନ ଲାଭ କରିପାରନ୍ତି। ସୁସମ୍ବାଦ ପାଇ ଖୁସି ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜତ କରିପାରନ୍ତି। କରିତ୍‍କର୍ମା ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିର୍ବିଦ୍ୟା ପ୍ରତି ରୁଚି ରହିବ।

ଧନୁ: କର୍ମ ଚଞ୍ଚଳ ରହିବେ। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ସଂପାଦନ କରିବେ। ବିବାଦରେ ବିଜୟୀ ହେବେ।

ମକର: ପ୍ରତ୍ୟେକ କାର୍ଯ୍ୟ ଭାବି ଚିନ୍ତି କରିବାକୁ ପଡ଼ିବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାତକୁ ଆସିବ ଓ ଏହାର ସଦ୍‍ବ୍ୟବହାର କରି ଲୋକପ୍ରିୟ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଧର୍ମପରାୟଣ ହେବେ।

କୁମ୍ଭ: ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳ, ଆରୋହଣ ବେଳେ ସତର୍କ ରହିବେ। ପ୍ରିୟଭାଷୀ ହେବେ। ଯାନବାହନଯୁକ୍ତ ହୋଇପାରନ୍ତି। ସାହସୀ, କୁଶଳୀ ଓ ବାଞ୍ଛିତ କାର୍ଯ୍ୟ କରିବେ।

ମୀନ: ବନ୍ଧୁ ସୁଖ ମିଳିବ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ପାରିବାରିକ ସ୍ନେହ ଶ୍ରଦ୍ଧା ରହିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories