ଶୁକ୍ରବାର ରାଶିଫଳ (୦୪/୧୧/୨୦୨୨)

ମେଷ : ଚଳଚଞ୍ଚଳ ହେବେ। ଅସାଧ୍ୟ ସାଧନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନିତ ହେବେ। ସୁସ୍ଥ ଓ ନିରାମୟ ରହିବେ।

ବୃଷ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

କର୍କଟ :  ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ସତର୍କତାର ସହ ଆଜି ଦିନରେ ଚଳିବେ।

ସିଂହ : ସେବା ପରାୟଣ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ବନ୍ଧୁମିଳନ ଘଟିପାରେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପତ୍ନୀଙ୍କ ପରାମର୍ଶ ଗ୍ରହଣୀୟ ହେବେ।

କନ୍ୟା : ମିତବ୍ୟୟୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ବହୁ ଶୁଭଫଳ ପ୍ରାପ୍ତ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।

ବିଛା : ଉଦାର ପ୍ରକୃତିର ହେବେ। ସ୍ନେହଶୀଳ ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ବୁଦ୍ଧିମାନ୍‌ ହୋଇପାରନ୍ତି। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ଧନୁ :  ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ସର୍ବତ୍ର ବିଜୟୀ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ସରକାରୀ ବା ବିଭାଗୀୟ ସ୍ତରରୁ ଅର୍ଥ ମିଳିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

ମୀନ : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ନୀତିନିଷ୍ଠ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

Comments are closed.