www.samajalive.in
Friday, December 12, 2025
27.1 C
Bhubaneswar

ସୋମବାର ରାଶିଫଳ (୦୮.୦୫.୨୦୨୩)

ମେଷ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ବର୍ଜନୀୟ। ପଡ଼ୋଶୀ ଶତ୍ରୁ ହାନିକାରକ ହେବାର ସୂଚନା ମିଳୁଛି। ଜଳଯାତ୍ରା ବିପଦପୂର୍ଣ୍ଣ ହୋଇପାରେ। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ।

ବୃଷ : ଆଜି ଦିନ ଭିତରେ ଯାହା ଘଟଣା ଘଟିବ; ତାହା ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁଷମ ଖାଦ୍ୟରେ ଆପ୍ୟାୟିତ ହେବେ।

ମିଥୁନ : ବିଭିନ୍ନ ଦିଗରୁ ଏପରି କି ଭ୍ରାତୃବର୍ଗଙ୍କଠାରୁ ସହାୟତା ପାଇ ଶତ୍ରୁ ନାଶ କରିବା ସହ ମାନସିକ ଶାନ୍ତି ଫେରି ପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ପଦୋନ୍ନତି ମିଳିପାରେ।

କର୍କଟ : ବିଦ୍ୟାର୍ଥୀ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଏପରି କାର୍ଯ୍ୟ ନ କରନ୍ତୁ; ଯେଉଁଥିରେ କି ଯଶହାନି ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ : ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ସାମୟିକ ଭୁଲ ବୁଝାମଣା ହୋଇପାରେ। ଉଦ୍ୟାନ କୃଷିରେ ନିଜକୁ ନିୟୋଜିତ କରିବା ସହ ଆଶ୍ରିତଙ୍କୁ ଏଥିରେ ସାମିଲ କରିବେ।

କନ୍ୟା : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଠାକୁରଙ୍କ ଦର୍ଶନ ପାଇ ଭାବ ବିହ୍ବଳ ହୋଇପାରନ୍ତି। ଅଶାନ୍ତି ଦୂର ହେବ। ସରକାରଙ୍କ ତରଫରୁ ଲାଭବାନ୍‌ ହେବେ। ଦେବ ଦର୍ଶନରେ ଆତ୍ମ ସନ୍ତୋଷ ଲାଭ କରିବେ।

ତୁଳା : ଚିନ୍ତାଧାରା ଉନ୍ନତମାନର ହେବ। ନୀତିନିଷ୍ଠ ହୋଇପାରନ୍ତି। ତ୍ୟାଗଶୀଳ ହେବେ। ମତିଜ୍ଞ ହେ​‌େବ। ବିବିଧ ଧନଯୁକ୍ତ ହେବେ। ଚଞ୍ଚଳମନା ହୋଇପାରନ୍ତି। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହେବେ। ସହିଷ୍ଣୁ ହେବେ।​‌

ବିଛା : ଆୟ ଆଶାନୁରୂପ ହୋଇପାରେ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ।

ଧନୁ : ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଚକ୍ଷୁ ଯନ୍ତ୍ରଣା ସାମୟିକଭାବେ ଦେଖା ଦେଇପାରେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ମକର : ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସୂତ୍ରରୁ ସମ୍ମାନ ସହ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ମିଳିବ।

କୁମ୍ଭ : କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ବନ୍ଧୁ ମିଳନ ଘଟିପାରେ। ଯତ୍ନ, ଅଧ୍ୟବସାୟ ଓ ଉଦ୍ୟମ ବଳରେ ଅସାଧ୍ୟ ସାଧନ କରିପାରନ୍ତି। ଧର୍ମକର୍ମ ସମ୍ପାଦନ କରି ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ମୀନ : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥାଗମ ହେବ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories