ମଙ୍ଗଳବାର ରାଶିଫଳ (୦୯/୦୩/୨୦୨୧)

ମେଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।

ବୃଷ: ସେବା ପରାୟଣ ହେବେ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବୁଦ୍ଧିମାନ୍‍ ହେବେ। ମାନ୍ୟତା ମିଳିବ।

ମିଥୁନ: ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି। ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅନଟନର ସମ୍ମୁଖୀନ ହୋଇପାରନ୍ତି। ୪ଟି ଗ୍ରହ ଅଷ୍ଟମରେ ଥିବାରୁ ସତର୍କରେ ଚଳିବେ।

କର୍କଟ: ବହୁ ମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ଉତ୍ସର୍ଗ କରିବେ। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ।

ସିଂହ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କେବଳ ଆଖିରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ସ୍ୱାସ୍ଥ୍ୟବାନ୍‍ ଓ ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହୋଇପାରନ୍ତି।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

ତୁଳା: କର୍ମକ୍ଷେତ୍ରରେ ବାଦାନୁବାଦ ଉପୁଜି ପାରେ; ମାତ୍ର ଉଦାର ପ୍ରକୃତି ଯୋଗୁଁ ତାଙ୍କୁ ଟାଳି ଦେଇ ପାରନ୍ତି। ଦାନଶୀଳ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିରୁ ଲାଭ ମିଳିବ। ବୁଦ୍ଧିମାନ୍‍ ହେବେ।

ବିଛା: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର ସମ୍ମାନ ପାଇ ପାରନ୍ତି। ବିବାଦରେ ବିଜୟୀ ହେବେ।

ଧନୁ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ।

ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଐଶ୍ୱର୍ଯ୍ୟଯୁକ୍ତ ହେବେ।

କୁମ୍ଭ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିପାରନ୍ତି। ଯୁଦ୍ଧ ଓ ଯାତ୍ରା ପାଇଁ ସମୟ ଅନୁକୂଳ ରହିଛି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ।

ମୀନ: ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସମ୍ମାନିତ ହେବେ। ଗୃହ ସୁଖ ଓ ଯାନବାହନ ସୁଖ ମିଳିବ। ସୁଖୀ ହେବେ।

Comments are closed.