ଶୁକ୍ରବାର ରାଶିଫଳ (ଜୁନ ୧୬)

ମେଷ: ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟରୁ ଅଧିକ ଧନଲାଭ ହେବ।
ବୃଷ: ଶାରୀରିକ ଶକ୍ତିସମ୍ପନ୍ନ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ରଣକ୍ଷେତ୍ରରେ ସୈନିକମାନେ ପାରଙ୍ଗମ ହେବେ।
ମିଥୁନ: କର୍ମଚଞ୍ଚଳ ରହିବେ। ଏକାନ୍ତ ସ୍ଥାନରେ ତପ ସାଧନା କରିପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
କର୍କଟ: ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସନ୍ତାନମାନେ ଗୁଣୀ ଓ ଜ୍ଞାନୀ ହେବେ।
ସିଂହ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସନ୍ତୁଷ୍ଟ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନ ବିତାଇ ପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପତ୍ନୀ ସୁଶୀଳା ଓ ସୁଗୃହିଣୀ ହେବେ।
ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଜଳଯାତ୍ରା ନ କରିବା ଭଲ। ସାରାଦିନ ସତର୍କ ରହିବେ।
ବିଛା: ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଥିବା ଅହଂକାରକୁ ବିସର୍ଜନ ଦେବେ।
ଧନୁ: ଧନାଗମର ସୂଚନା ନ ମିଳିବାରୁ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ଅତୁଟ ରହିବ। ଆୟଷ୍ମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ।
କୁମ୍ଭ: ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜଳଯାତ୍ରାରେ ବିପଦ ଅଛି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ମୀନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁୁଜମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ। ପ୍ରଭାଶାଳୀ ହେବେ।

Comments are closed.