www.samajalive.in
Tuesday, December 9, 2025
15.1 C
Bhubaneswar

ସୋମବାର ରାଶିଫଳ (୦୬.୧୧.୨୦୨୩)

ମେଷ : ଆୟୁଷ୍ମାନ୍‌ ହେବେ। ବିଦ୍ବାନ୍‌, ଶିକ୍ଷାବିତ୍‌, ନୀତିବାନ୍‌ ଓ ପ୍ରଜ୍ଞାଶୀଳ ହେବେ। ବୈଦେଶିକ ମୁଦ୍ରା ହସ୍ତଗତ ହୋଇପାରେ। ଯାନବାହନ ସୁଖ ମିଳିପାରେ। ଉଦାରଚେତା ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ଶ୍ବଶୁର ଘର ତରଫରୁ କିଛି ଧନ ଲାଭ ହୋଇପାରେ। ଗୁଣଜ୍ଞ ଓ ନୀତିନିଷ୍ଠ ହୋଇପାରନ୍ତି। ବିନୀତ ସ୍ବଭାବ ସମ୍ପନ୍ନ ହେବେ। ଗ୍ରାମ ଓ ଦଳ ମଧ୍ୟରେ ଭେଦ ନୀତିର କାରଣ ହୋଇପାରନ୍ତି। କର୍ମଠ ହେବେ।

ମିଥୁନ : ଯଶସ୍ବୀ ହେବେ। ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀ ଗୃହକର୍ମ ନିପୁଣା ହେବେ। ବିଭିନ୍ନ ସ୍ତରରୁ ଧନ ଲାଭ ହୋଇପାରେ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ମିଳିବ।

କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଯଶସ୍ବୀ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟ ହେବେ।

 ସିଂହ : ସାମାଜିକ ସ୍ତରରେ ପ୍ରଭାବ ବିସ୍ତାର କରିପାରନ୍ତି। ନାନା ବିଭବରେ ମଣ୍ଡିତ ହେବେ। କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।

କନ୍ୟା : ଶତ୍ରୁତାର ଅବସାନ ଘଟିବ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଉଚ୍ଚ ସମ୍ମାନର ଅଧିକାରୀ ହେବେ। ସୁଖୀ ହେବେ।

ତୁଳା : ଶାସ୍ତ୍ରାଭ୍ୟାସୀ ହେବେ। ବିନୀତ ସ୍ବଭାବସମ୍ପନ୍ନ ହୋଇପାରନ୍ତି। ସ୍ତ୍ରୀ ଧନ ହେତୁ ସୁଖୀ ହେବେ। ମନ୍ତ୍ରଣା ଶକ୍ତିଯୁକ୍ତ ହୋଇପାରନ୍ତି। କାବ୍ୟକର୍ତ୍ତା ହେବେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସୁସ୍ଥ ରହିବେ।

ବିଛା : ଧନବାନ୍‌ ହେବେ। ମହିଳା ଗୋଷ୍ଠୀର ନେତୃତ୍ବ ନେଇପାରନ୍ତି। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ କରିପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଉଦ୍ୟୋଗୀ ହେବେ। କର୍ମତତ୍ପର ହେବେ।

ଧନୁ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।

ମକର : ସମାଜସେବୀଭାବେ ନିଜକୁ ପ୍ରମାଣିତ କରିପାରନ୍ତି। ମନରେ ଜାତ ହୋଇଥିବା ଅହଂଭାବକୁ ବିସର୍ଜନ କିମ୍ବା ସମର୍ପଣ କରିବାକୁ ପଡ଼ିବ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

କୁମ୍ଭ : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଶ୍ରେଷ୍ଠାସନରେ ଆସୀନ ହୋଇପାରନ୍ତି। ଆଧିପତ୍ୟ ବିସ୍ତାର କରିବେ।

ମୀନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସସ୍ତ୍ରୀକ ଗର୍ବ ଅନୁଭବ କରିପାରନ୍ତି। ହଠାତ୍‌ କିଛି ଅର୍ଥ ମିଳିପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ତେଜସ୍ବୀ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories