www.samajalive.in
Saturday, December 13, 2025
26.1 C
Bhubaneswar

ଶନିବାର ରାଶିଫଳ ୦୪.୦୬.୨୦୨୨

ମେଷ: ହିଂସା, ଦ୍ୱେଷ ବିହୀନ ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ବିଶାରଦ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
ବୃଷ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ସର୍ବତ୍ର ବିଜୟୀ ହେବେ।
ମିଥୁନ: ପରମ ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
କର୍କଟ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।
କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ।
ବିଛା: ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେ​‌େ​‌ବ। ଅଷ୍ଟମ ଚନ୍ଦ୍ର ଯୋଗଁୁ ସତର୍କରେ ଚଳିବେ।
ମକର: ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ।
କୁମ୍ଭ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁକୁ ପଦାନତ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଋଣ ପରିଶୋଧ କରିବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories