କେମିତି କଟିବ ଏ ସପ୍ତାହ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। କର୍ମପ୍ରବଣତା ଆପଣଙ୍କର ଭୂଷଣ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶତ୍ରୁ ଦ୍ବାରା ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଦୂରଦୃଷ୍ଟି ସମ୍ପନ୍ନ ହେବେ। ପ୍ରତିଷ୍ଠା ପ୍ରାପ୍ତ ହେବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାନୁରାଗୀ ହେବେ। ଯଶ, ମାନ ଓ ଗୌରବ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତ ହୋଇପାରେ। ବୁଧବାର ଓ ଗୁରୁବାର ସୃଜନଶୀଳ ହେବେ। ପ୍ରାଚୀନ ବିଦ୍ୟା ପ୍ରତି ରୁଚି ରଖିବେ। ଶୁକ୍ରବାର ଓ ଶନିବାର ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ମାନସିକ ଅବସାଦ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ନିଜର କାର୍ଯ୍ୟ ଓ ବ୍ୟକ୍ତିତ୍ବ ଆପଣଙ୍କର ଭୂଷଣ ହେବ। ଲାଭବାନ ହେବେ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ସନ୍ତାନ ହେତୁକ ସମସ୍ୟା ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଜଗିରଖି ଚଳିବେ। ବିବାଦରେ ପଡ଼ିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ଯାତ୍ରା ସଫଳତା ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦୂରୀଭୂତ ହେବ। ନୂତନ ନିଯୁକ୍ତି ମିଳିପାରେ। ପାରିବାରିକ ଶାନ୍ତିଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ କରିବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ବାକ୍‌ ସଂଯମତା ରକ୍ଷା କରିବା ଆବଶ୍ୟକ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଦୂରଯାତ୍ରା ସଫଳତା ପ୍ରଦାନ କରିବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଭ୍ରମଣପ୍ରିୟ ହେବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ପ୍ରୀତିଲାଭ ହେବ। ବୈବାହିକ ସମସ୍ୟା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ଯାନବାହନଜନିତ ସମସ୍ୟା ଦେଖାଦେବ। ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଆନନ୍ଦ ଚିତ୍ତ ହେବେ। ନୂତନ ବନ୍ଧୁ ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଋଣମୁକ୍ତି ପାଇଁ ପ୍ରୟାସ କରିବେ। ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ପାରିବାରିକ ଶାନ୍ତିଲାଭ ହେବ। ଶୁକ୍ରବାର ଓ ଶନିବାର ବୈବାହିକ ସମସ୍ୟା ଦୂରୀଭୂତ ହେବ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କନକଧାରା ସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ ହେବ। ମଙ୍ଗଳବାର ଓ ବୁଧବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ସୌଖୀନ ଦ୍ରବ୍ୟ କିଣାକିଣି କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପରିସୀମା ବୃଦ୍ଧି ହେବ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ପାରିବାରିକ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତି କରି​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନୃସିଂହ କବଚ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପୈତୃକ ସମ୍ପତ୍ତି ଜନିତ ସମସ୍ୟା ଦୂରୀଭୂତ ହେବ। ଋଣମୁକ୍ତି ପାଇଁ ପ୍ରୟାସ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଦ୍ରବ୍ୟଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ପାକସ୍ଥଳୀ ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଅଧିକ ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମସ୍ୟା ସମାଧାନରେ ବ୍ରତୀ ହେବେ। ପାରିବାରିକ ସହଯୋଗ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ବନ୍ଧୁ ବି​‌େ​‌ଦ୍ବଷୀ ହେବେ। ପ୍ରାଚୀନ ବିଦ୍ୟା ପ୍ରତି ରୁଚି ରଖିବେ। କର୍ମବନ୍ଧନ ଯୋଗ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀ କବଚ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ ହେବ। ଶ୍ରୀଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅସୁବିଧାରେ ପଡିପାରନ୍ତି। ଅଣ୍ଟା ବା ଗୋଡ଼ରେ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ନୂତନ ନିଯୁକ୍ତି ମିଳିପାରେ। ପାରିବାରିକ ଶାନ୍ତିଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ଆର୍ଥିକ ମାନ୍ଦାବସ୍ଥା ଲାଗି ରହିବ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଧୈର୍ଯ୍ୟର ସହ ସମସ୍ୟାର ସମାଧାନ କରିବେ। ଋଣମୁକ୍ତି ପାଇଁ ପ୍ରୟାସ କରିବେ। ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ଅସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସପ୍ତଶତୀ ପାଠ କରନ୍ତୁ।

Comments are closed.