କେମିତି କଟିବ ଏ ସପ୍ତାହ – ଜାଣନ୍ତୁ ଭାଗ୍ୟଫଳ

ମେଷ: ରବିବାର ଓ ସୋମବାର କର୍ମ ଅନୁସାରେ ଫଳ ପ୍ରାପ୍ତ ହେବ। ନୂତନ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯତ୍ନଶୀଳ ହେବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

କେମିତି କମ କରିବେ ବିଜୁଳି ବିଲ


ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦୂରଦେଶକୁ ଯାତ୍ରା କରିବେ। ଚାହୁଁଥିବା ଦିଗରୁ ଅର୍ଥପ୍ରାପ୍ତ ହେବେ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶୁକ୍ରବାର ଓ ଶନିବାର କାର୍ଯ୍ୟକ୍ଷେତ୍ରରେ ଜଗିରଖି ଚଳନ୍ତୁ। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।

ପଶ୍ଚିମବଙ୍ଗ ସନ୍ଦେଶଖାଲି ଗସ୍ତ କଲେ ମାନବାଧିକାର ଆୟୋଗ ଟିମ୍


ମିଥୁନ: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ପ୍ରତିଷ୍ଠାଲାଭ କରିବେ। ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯୋଜନା ଅନୁସାରେ କାର୍ଯ୍ୟକରି ସଫଳତା ଲାଭ କରିବେ। ପାରିବାରିକ ଆନନ୍ଦ ଲାଭ କରିବେ। ଶୁକ୍ରବାର ଓ ଶନିବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମନନଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଜଗିରଖି ଚଳିବା ଏକାନ୍ତ ଆବଶ୍ୟକ। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଯଶଲାଭ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଶୁକ୍ରବାର ଓ ଶନିବାର ଆଧ୍ୟାତ୍ମିକ ଚିନ୍ତାଧାରାଯୁକ୍ତ ହେବେ। ନୂତନ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ଲାଭ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର ଭ୍ରମଣପ୍ରିୟ ହେବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଯୋଜନା ଅନୁସାରେ କାର୍ଯ୍ୟ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଦେବ କାର୍ଯ୍ୟରେ ଯୋଗଦାନ କରିବେ। ଆର୍ଥିକ ଅନଟନ ଦୂର ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଯାତ୍ରା ସ୍ଥଗିତ ରଖିବା ଉଚିତ୍‌। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ପୂଜା କରନ୍ତୁ।
ତୁଳା: ରବିବାର ଓ ସୋମବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ଶୁକ୍ରବାର ଓ ଶନିବାର ପ୍ରେମରେ ସଫଳତା ଲାଭ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟକୁ ସାରିବା ପାଇଁ ଚେଷ୍ଟା କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସୌଖିନ ଦ୍ରବ୍ୟ କ୍ରୟ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଶୁକ୍ରବାର ଓ ଶନିବାର ପ୍ରତିଯୋଗିତାରେ ବିଜୟ ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପିଲାମାନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ଜମିବାଡ଼ି କିଣିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟ କ୍ଷେତ୍ରରେ ମଧ୍ୟମ ସଫଳତା ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁରୂପ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।


ମକର: ରବିବାର ଓ ସୋମବାର ଯାନବାହନ ଜନିତ ସମସ୍ୟା ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବନ୍ଧୁବାନ୍ଧବଙ୍କ ଗହଣରେ ସମୟ ବିତିବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ସାବଧାନତା ଅବଲମ୍ବନୀୟ। ବିବାଦଯୁକ୍ତ ହୋଇପାରନ୍ତି। ବାକ୍‌ ସଂଯମତା ରକ୍ଷା କରନ୍ତୁ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶନୈଶ୍ଚର କବଚ ପାଠ କରନ୍ତୁ।


କୁମ୍ଭ: ରବିବାର ଓ ସୋମବାର ସଫଳତା ଲାଭ କରିବେ। ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଦୂରଯାତ୍ରା ସ୍ଥଗିତ ରଖିବା ଭଲ। ଶତ୍ରୁ ଦ୍ବାରା ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଆନନ୍ଦ ଚିତ୍ତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ କବଚ ପାଠ କରନ୍ତୁ।


ମୀନ: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଉପରିସ୍ଥ କର୍ମଚାରୀଙ୍କ ଦ୍ବାରା ପ୍ରଶଂସିତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଋଣଯୁକ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।

Comments are closed.