www.samajalive.in
Friday, December 5, 2025
20.1 C
Bhubaneswar

କେମିତି କଟିବ ଏ ସପ୍ତାହ – ଜାଣନ୍ତୁ ଆପଣଙ୍କ ଭାଗ୍ୟଫଳ

ମେଷ: ରବିବାର ଓ ସୋମବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମନାନ୍ତର ଘଟିପାରେ। ମଙ୍ଗଳବାର ଓ ବୁଧବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଗୁରୁବାର ଓ ଶୁକ୍ରବାର ସୌଖୀନ ଦ୍ରବ୍ୟ କିଣାକିଣି କରିପାରନ୍ତି। ଶନିବାର ଆୟ ମଧ୍ୟମ ରହିବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଭ୍ରମଣପ୍ରିୟ ହେବେ। ନୂତନ କର୍ମ ସଂସ୍ଥାନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ଶ୍ରୀଯୁକ୍ତ ହେବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ବନ୍ଧୁ ଲାଭ କରିବେ। ଧନପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିପଦରେ ପଡ଼ିପାରନ୍ତି। ଶତ୍ରୁ ଦ୍ବାରା ପରାଭୂତ ହେବେ। କାର୍ଯ୍ୟ କ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ଶୁକ୍ରବାର ଓ ଶନିବାର ଆନନ୍ଦିତ ହେବେ। ସୁଖାଦ୍ୟ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ବନ୍ଧୁ ସହଯୋଗ ଲାଭହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ଅଗ୍ରସର ହେବେ। ନିଜର ବ୍ୟକ୍ତିତ୍ବ ବଳରେ ସମସ୍ୟା ସମାଧାନ ହେବ। ଶୁକ୍ରବାର ଓ ଶନିବାର ସାମାନ୍ୟ ଅସାବଧାନତା ବିପଦର କାରଣ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ମଧ୍ୟ ସଫଳତା ଲାଭ କରିବେ। ଅତୀତକୁ ନେଇ ପଶ୍ଚାତାପ କରିବେ। ମଙ୍ଗଳବାର ଓ ବୁଧବାର ଲୋକସମ୍ପର୍କ ବୃଦ୍ଧି ହେବ। ତୀର୍ଥଯାତ୍ରା କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟା ଦୂର ପାଇଁ ପ୍ରୟାସ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଶତ୍ରୁ ଦ୍ବାରା ପରାସ୍ତ ହେବେ। ବ୍ୟଥିତ ଓ ବିବ୍ରତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ପ୍ରାପ୍ତ କରାଇବ। ଶୁକ୍ରବାର ଓ ଶନିବାର ଶ୍ରେଷ୍ଠତ୍ବ ପ୍ରତିପାଦନ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଚାହୁଁଥିବା ଦିଗରୁ ଧନପ୍ରାପ୍ତି କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍‌। ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଯାତ୍ରା ସଫଳ ହେବ। ନୂତନ ଚିନ୍ତାଧାରାଯୁକ୍ତ ହେବେ। ଜମିବାଡ଼ି କିଣିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶତ୍ରୁ ପରାସ୍ତ ହେବ। ବିବାଦରେ ବିଜୟ ଲାଭ କରିବେ। ବୁଧବାର ଓ ଗୁରୁବାର ପ୍ରତିଷ୍ଠାଯୁକ୍ତ ହେବେ। ପିତୃ ଆଶୀର୍ବାଦ ଲାଭ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ। ଶୁକ୍ରବାର ଓ ଶନିବାର ଚିନ୍ତାଯୁକ୍ତ ହେବେ। ଯାନବାହନଜନିତ ଦୁର୍ଘଟଣା ଘଟିପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ସାମ୍ପ୍ରତିକ ପରିସ୍ଥିତିରୁ ଫାଇଦା ଉଠାଇବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧୈର୍ଯ୍ୟବାନ ହେବେ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଚଣ୍ଡୀ ଅନ୍ତର୍ଗତ ଅର୍ଗଳ କୀଳକ କବଚ ଓ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଦୁଃସମ୍ବାଦ ପ୍ରାପ୍ତ କରିବେ। ସାମାନ୍ୟ ତ୍ରୁଟି ହେତୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟକଲେ ସଫଳତା ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ବିପଦ ଦୂରହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ବିବାଦମାନ ପରିସ୍ଥିତିରେ ପଡ଼ିବେ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ଶୁକ୍ରବାର ଓ ଶନିବାର ପୈତୃକ ସମ୍ପତ୍ତି ପ୍ରାପ୍ତ ହେବ। ନୂତନ ଯାନବାହନ କିଣି ପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ପ୍ରଗତିରେ ପଥରୋଧ ହେବ। ଋଣଯୁକ୍ତ ହୋଇପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଶାନ୍ତି ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କୁ ସବୁକ୍ଷେତ୍ରରେ ପ୍ରତିଷ୍ଠା କରାଇବ। ଶୁକ୍ରବାର ଓ ଶନିବାର ପରିବାର ମଧ୍ୟରେ କଳହ ଦେଖାଦେବ। ଅସମ୍ମାନିତ ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ତାରେ ତୁଣରେ ତୁରେ ସ୍ବାହା ମନ୍ତ୍ରକୁ ଜପ କରନ୍ତୁ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories