www.samajalive.in
Monday, December 15, 2025
15.1 C
Bhubaneswar

ରାଶିଫଳ (ସୋମବାର)

ମେଷ: ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବାର ସୂଚନା ମିଳୁଛି।

ବୃଷ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। କରିତ୍‌କର୍ମା ହୋଇପାରନ୍ତି।

- Advertisement -

ମିଥୁନ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ବିକଶିତ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

କର୍କଟ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସନ୍ତାନ ସୁଖ ମିଳିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।

ସିଂହ: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ରାଜଯୋଗ ଅଛି। ଶିଶୁଙ୍କଠାରୁ କିଶୋର ବୟସର ପିଲାଙ୍କ ପାଇଁ ଶ୍ରମ ଓ ସ୍ନେହ ଦାନ କରିବେ।

କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନଲାଭ ହେବ। ସମ୍ମାନିତ ହେବେ। ଗୃହ, ଯାନବାହନ ଓ ଅନୁଗତଙ୍କ ସୁଖ ମିଳିବ।

ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ-ସଦିଚ୍ଛା ଭାବ ରହିବ।

ବିଛା: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଜୀବନ, ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ଧନୁ: ଈର୍ଷା ପରିତ୍ୟାଗ କରି ନିଜର ମହାନୁଭବତା ପ୍ରଦର୍ଶନ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସର୍ଦି ଥଣ୍ଡାରେ ପୀଡ଼ିତ ହୋଇପାରନ୍ତି। ସାରାଦିନ ସତର୍କ ରହିବେ।

ମକର: ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଦାୟକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜିତ କରିପାରନ୍ତି। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

କୁମ୍ଭ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ମିତବ୍ୟୟୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ସମ୍ମାନିତ ହେବେ। ବନ୍ଧୁସ୍ନେହୀ ହେବେ।

ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଯାନବାହନଯୁକ୍ତ ହେ​‌ବେ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories