ବୁଧବାର ରାଶିଫଳ ୦୨.୧୧.୨୦୨୨

ମେଷ: କୁଳ ଉଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।
ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ହେବେ। ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସତର୍କତାର ଦିନ ଆଜି।
କର୍କଟ: ବନ୍ଧୁ ମିଳନ ଦ୍ବାରା ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ସିଂହ: ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିଶ୍ବାସର ପାତ୍ର ହେବେ।
କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧର୍ମପରାୟଣ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ତୁଳା: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ବିଛା: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହୋଇପାରନ୍ତି।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।
ମକର: ରୋଜଗାରକ୍ଷମ ହେବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: କର୍ମଚଞ୍ଚଳ ରହିବେ। ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ।
ମୀନ: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।

Comments are closed.