ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ବିଳାସ ବ୍ୟସନରେ ଲିପ୍ତ ରହିବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ।
ମିଥୁନ: ବନ୍ଧୁ ମିଳନ ଘଟିପାରେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଉପୁଜିଥିବା ଅହଂଭାବକୁ ସମର୍ପି ଦେଇପାରନ୍ତି। ପତ୍ନୀ ଉପଦେଷ୍ଟା ହେବେ।
କର୍କଟ: ଅବସ୍ଥାକୁ ଦେଖି ବ୍ୟବସ୍ଥା ସ୍ବରୂପ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଲକ୍ଷ୍ମୀ ପ୍ରତିମା ପତ୍ନୀଙ୍କ ସହାୟତା ମିଳିବ।
କନ୍ୟା: ଉଦାରଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। କୃଷି କର୍ମକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜଳଯାତ୍ରା ନ କରିବା ଭଲ। ଜ୍ଞାନୀ ହେବେ।
ତୁଳା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ମିଳିବ। ଧୈର୍ଯ୍ୟବାନ୍ ହେବେ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଲାଭଜନକ ହେବ। ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ବୀରତ୍ବ ପରିପ୍ରକାଶ ଘଟିବ। ମିଷ୍ଟାନ୍ନ ଭୋଜନ ମିଳିବ।
ମକର: ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ହେବେ।
କୁମ୍ଭ: ଆୟୁଷ୍ମାନ୍ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ମୀନ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ପରିବାର ପ୍ରତି ସ୍ନେହଶ୍ରଦ୍ଧା ଭାବ ରହିବ।
ବୁଧବାର ରାଶିଫଳ ୧୨.୦୪.୨୦୨୩
Popular Categories



