www.samajalive.in
Monday, December 15, 2025
17.1 C
Bhubaneswar

ବୁଧବାର ରାଶିଫଳ (୦୬.୦୯.୨୦୨୩)

ମେଷ: ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।
ବୃଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଆୟୁଷ୍ମାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁଖଶାନ୍ତିରେ ଦିନ ବିତାଇବେ।
ମିଥୁନ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
କର୍କଟ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ସିଂହ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ସୁଖୀ ରହିବେ।
କନ୍ୟା: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁତା ବୃଦ୍ଧିର ସୂଚନା ମିଳୁଛି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଆଜି ସତର୍କରେ ଚଳିବେ।
ବିଛା: ସାମାଜିକ କାର୍ଯ୍ୟରେ ସଂଶ୍ଲିଷ୍ଟ ହୋଇପାରନ୍ତି। ସମାଜସେବୀଭାବେ ଜନାଦ୍ରୁତ ହେବେ। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହେବେ। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ଅହଂଭାବକୁ ବିସର୍ଜନ ଦେବେ।
ଧନୁ: ମିତବ୍ୟୟୀ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ସତ୍‌ପରାୟଣ ହେବେ।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ପତ୍ନୀ ସୁଗୃହିଣୀ ହେବେ। ଧାର୍ମିକ ଓ ତେଜସ୍ବୀ ହେବେ।
କୁମ୍ଭ: ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଯାନବାହନ ସୁଖ ମିଳିପାରେ। ଜଳଯାତ୍ରାରେ ବିପଦ ରହିଛି।
ମୀନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି। ଅନୁଜଙ୍କଠାରୁ ସମ୍ମାନ ମିଳିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories