mission shakti banner

ରାଶିଫଳ- ଭୋଗବିଳାସରେ ସମୟ କଟାଇପାରନ୍ତି ଏହି ରାଶିର ବ୍ୟକ୍ତି

BSKY banner  750×100

ମେଷ-ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ ଦରବାରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ-କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ମିଥୁନ-ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ କଟାଇ ପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ-ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗଁୁ ସର୍ତକ ରହିବେ।

ସିଂହ-ବନ୍ଧୁ ମେଳରେ ସମୟ ବିତାଇ ପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପାଇଁ ଆଗ୍ରହ ପ୍ରକାଶ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି।

କନ୍ୟା-ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ତୁଳା-କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ପୁତ୍ର ସୁଖ ମିଳିପାରେ। ପତ୍ନୀ ସ୍ନେହଶୀଳା ହେବେ।

ବିଛା-ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିବ। ଦଳଗତ ଆଦର ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ଧନୁ-ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ସୌଜନ୍ୟପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ପ୍ରଭୁଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମକର-ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ-ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ, ସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ସୁସ୍ଥ ରହିବେ। ମିଷ୍ଟାନ୍ନ ଭୋଜନ ମିଳିବ।

ମାନ-କର୍ମଚଞ୍ଚଳ ରହିବେ। ଥଣ୍ଡା-କଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ମଧୁରଭାଷା ଓ ଉତ୍ତମ ବ୍ୟବହାରରେ ପରକୁ ଆପଣାର କରିବାରେ ସକ୍ଷମ ହେବେ। ଖର୍ଚ୍ଚାନ୍ତ ଯୋଗ ଅଛି।

Comments are closed.