ମଙ୍ଗଳବାର ରାଶିଫଳ (୨୫.୦୪.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Apr 25, 2023 Share ମେଷ : ମନପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷାର ମାଧୁରିମା ଦ୍ବାରା ଲୋକସମ୍ପର୍କ ବୃଦ୍ଧି କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ। ବୃଷ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ। ମିତ୍ରଙ୍କ ସହାୟତା ମିଳିବ। ମିଥୁନ : ରୋଜଗାର ଆଶାନୁରୂପ ହୋଇପାରେ। ଆୟୁଷ୍ମାନ୍ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। କର୍କଟ : କର୍ମଚଞ୍ଚଳ ରହିବେ। ଏକାନ୍ତରେ ଧ୍ୟାନରତ ହୋଇ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସିଂହ : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜଧନ ପ୍ରାପ୍ତିର ସୂଚନା ମିଳୁଛି। ସନ୍ତାନମାନେ ଗୁଣୀ ଓ ସମ୍ପଦଯୁକ୍ତ ହେବେ। କନ୍ୟା : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। Related Posts ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଓଡ଼ିଆ ଭାଷା,… Jan 10, 2025 ଓଡ଼ିଆ ଲେଖିପଢି ଜାଣି ନ ଥିବା ସରପଞ୍ଚ ଲକ୍ଷ୍ମୀ… Jan 10, 2025 ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗୀ ଓ ବିଳାସୀ ହେବେ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଉଭୟେ ଦମ୍ପତି ମଧୁମୟ ଜୀବନଯାପନ କରିବେ। ବିଛା : ଅତ୍ୟଧିକ ଶ୍ରମ ସ୍ବୀକାର କରି ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଜଳଯାତ୍ରା ନ କରିବା ଭଲ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧନୁ : ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। କେତେକ କ୍ଷେତ୍ରରେ ପତ୍ନୀଙ୍କ ପରାମର୍ଶ ଲୋଡ଼ିପାରନ୍ତି। ଅହଂ ତ୍ୟାଗ କରିବେ। ମକର : ରୋଜଗାର କମିବାର ଆକଳନ କରି ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ। କୁମ୍ଭ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ମୀନ : ଉଦାର ସ୍ବଭାବର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। Share FacebookTwitterWhatsApp
Comments are closed.