www.samajalive.in
Tuesday, December 9, 2025
15.1 C
Bhubaneswar

ରବିବାର ରାଶିଫଳ ( ୧୮/୦୪/୨୦୨୧)

 ମେଷ : ମନ ପ୍ରସନ୍ନ ରହିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବ ଦର୍ଶନରେ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହୋଇପାରେ। ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି।
ବୃଷ : ଲୋଭଗ୍ରସ୍ତ ହୋଇ ପାରନ୍ତି। ଧନଲାଭକାରୀ ହେବେ। ବିନୀତ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ନିତ୍ୟାନନ୍ଦ ଭୋଗ କରିବେ। ଗୁଣବାନ୍‍ ହେବେ। ବହୁବିଦ୍ୟା ପାରଙ୍ଗମ ହେବା ଆଶାକରାଯାଏ। ନୀତିନିଷ୍ଠ ବ୍ୟକ୍ତିଭାବେ ପୂଜ୍ୟ ପୂଜାର ପାତ୍ର ହେବେ।
ମିଥୁନ : ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ।
କର୍କଟ : ପଥରୋଧ କରିବାକୁ ଉଦ୍ୟମ ଚଳାଉଥିବା ବ୍ୟକ୍ତି ବିଫଳ ହୋଇପାରନ୍ତି। ଦାନ ଧ୍ୟାନରେ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ବ୍ୟବସାୟ ଲାଭଜନକ ହେବ। ସରକାରୀ ସମ୍ମାନ ମିଳିବ।
ସିଂହ : ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି।
କନ୍ୟା : ସୁ ସମ୍ବାଦ ପାଇ ପ୍ରଫୁଲ୍ଲିତ ହେବେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରି ଗଢ଼ି ତୋଳିବେ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଘାତଚନ୍ଦ୍ର ପାଇଁ ସତର୍କ ରହିବେ।
ତୁଳା : ସେବା-ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି। ସମର୍ପିତ କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତାରେ କୃତିତ୍ୱ ଅର୍ଜନ କରିବେ।
ବିଛା : ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ବିଭିନ୍ନ ସ୍ତରରୁ ପ୍ରଶଂସା, ସ୍ନେହ, ସହାନୁଭୂତି ମିଳିବ। ଯାନବାହନ ସୁଖ ମିଳିପାରେ। ଗ୍ରାମର ଅଧିପତି ହୋଇପାରନ୍ତି। ପରାକ୍ରମଶାଳୀ ହେବେ। ବହୁ ବ୍ୟକ୍ତିଙ୍କ ପୋଷକ ହୋଇପାରନ୍ତିି।
ଧନୁ : ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। କାର୍ଯ୍ୟ କୁଶଳତା ପାଇଁ ଆନନ୍ଦ ଉପଭୋଗ କରିବେ।
ମକର : ବନ୍ଧୁ ସହାୟତା ପାଇ ଶତ୍ରୁକୁ ପରାଜିତ କରିପାରନ୍ତି। ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ମିଳିବ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିବାରେ ସକ୍ଷମ ହେବେ।
କୁମ୍ଭ : ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ଶୁଣି ଖୁସିହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରିୟଭାଷୀ ହେବେ। ଧନ ଓ ଯାନବାହନଯୁକ୍ତ ହୋଇପାରନ୍ତି। ଧର୍ମବଳ ଅତୁଟ ରହିବ।
ମୀନ : ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଶାନ୍ତ ଓ ମେଧାବୀ ହେବେ। ଦୟାଳୁ ସ୍ୱଭାବର ହେବେ। ଜିତେନ୍ଦ୍ରୀୟ ହୋଇପାରନ୍ତି। ବିଦ୍ୱାନ୍‍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିପାରନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories