www.samajalive.in
Monday, December 8, 2025
17.1 C
Bhubaneswar

ଗୁରୁବାର ରାଶିଫଳ (୦୧/୦୪/୨୦୨୧)

ମେଷ: ପ୍ରଭାବଶାଳୀ ହୋଇପାରନ୍ତି। ନୀତିନିଷ୍ଠ ହେବେ। ଜନବଲ୍ଲଭ ମାନ୍ୟତା ମିଳିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବିବାଦ ଘେରରେ ପଡ଼ି ବ୍ୟତିବ୍ରସ୍ତ ହେବେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।

ବୃଷ: ପ୍ରୀତି ଲାଭର ସୁଯୋଗ ସୃଷ୍ଟି ହୋଇଛି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପ୍ରାପ୍ତ ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।

ମିଥୁନ: ଶତ୍ରୁର ଆହ୍ୱାନରେ ମନରେ ଈର୍ଷାଭାବ ଜାଗ୍ରତ ହେବ। ବନ୍ଧୁ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

କର୍କଟ: ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ଶୁଣି ଭାବବିହ୍ୱଳ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଭଲରେ ଚାଲିବ। ଜୁଆ-ଲଟେରି ଜନିତ ଅର୍ଥ ପ୍ରାପ୍ତ ହୋଇପାରନ୍ତି।

ସିଂହ: ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ିବେ। କଠିନ ପରିଶ୍ରମ କରିବେ ଓ ତା’ର ମୂଲ୍ୟ ପାଇପାରନ୍ତି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କାର୍ଯ୍ୟ ଉତ୍ସାହଜନକ ହେବ। ପରୋପକାରୀ ହେବେ। ବିଭିନ୍ନ ପ୍ରକାରର ଧନଲାଭ ହେବ।

କନ୍ୟା: ଆର୍ଥିିକ ସ୍ଥିତିରେ ଢ଼େର ଉନ୍ନତି ପରିଲକ୍ଷିତ ହେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଠାକୁରଙ୍କ ଦର୍ଶନାଭିଳାଷୀ ହେବେ। ଅଶାନ୍ତି ଦୂର ହୋଇପାରେ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ। ଦାନ ଧର୍ମରେ ନିଜକୁ ନିୟୋଜିତ କରିପାରନ୍ତି।

ତୁଳା: ଆଶାବାଦୀ ହୋଇପାରନ୍ତି। ତ୍ୟାଗପୁତ ମନୋବଳ ଗ୍ରହଣ କରିବେ। ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ମନ ଚଞ୍ଚଳ ରହିବ। ଅତି ସୁଖୀ, କୀର୍ତ୍ତିମାନ୍‍ ଓ ସହିଷ୍ଣୁ ହେବେ।

ବିଛା: ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ଧନୁ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁମାନେ ଭିତର ଷଢ଼ଯନ୍ତ୍ରରେ ସାମିଲ ହୋଇପାରନ୍ତି। ମଧୁର ସମ୍ଭାଷଣରେ ପରକୁ ଆପଣାର କରିବାରେ ସକ୍ଷମ ହେବେ। କର୍ମଚଞ୍ଚଳ ରହିବେ।

ମକର: ଆୟ ଆଶାନୁରୂପ ହେବ। ଶୁଭଖବର ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କୁମ୍ଭ: ଶୁଭ ଖବର ପାଇ ପ୍ରଫୁଲ୍ଲିତ ହୋଇପାରନ୍ତି। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଅସାଧ୍ୟ ସାଧନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ।

ମୀନ: ଅନୁରୋଧ ରକ୍ଷାକରି ବନ୍ଧୁ ସାହାଯ୍ୟ କରିବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଧର୍ମୀୟ ପ୍ରବଚନରେ ଯୋଗ ଦେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories