www.samajalive.in
Monday, December 15, 2025
24.1 C
Bhubaneswar

ମଙ୍ଗଳବାର ରାଶିଫଳ (୨୨/୦୨/୨୦୨୨)

ମେଷ : ସମାଜ ସେବାରେ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। କୃଷି ବିଜ୍ଞାନୀ ହେବେ। ସପତ୍ନୀକ ଦ୍ବିଜ କର୍ମରତ ହୋଇପାରନ୍ତି।

ବୃଷ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ। ଯାନବାହନ ସୁଖ ମିଳିବ।

ମିଥୁନ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଧାର୍ମିକ ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

କର୍କଟ : ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରୁ ଲାଭବାନ୍‌ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ସିଂହ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। କଥା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ୍‌ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ବନ୍ଧୁଙ୍କ ସହାୟତା ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖପ୍ରଦ ହେବ।

ତୁଳା : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ସାହି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ସମ୍ପତ୍ତିବାନ୍‌ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।

ବିଛା : କର୍ମଯୋଗୀ ହେବେ। ସାଧନାର ପ୍ରଥମ ସୋପାନରେ ଉପନୀତ ହେବେ। ଧର୍ମ ଓ ରକ୍ଷଣଶୀଳ ମନୋଭାବର ହେବେ। ମଧୁର ଭାଷାରେ ପରକୁ ଆପଣାର କରିବେ। ପରୋପକାରରେ ଧନ ବ୍ୟୟ କରିପାରନ୍ତି।

ଧନୁ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ମକର : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ରହିବ।

କୁମ୍ଭ : ଭାଗ୍ୟଶାଳୀ ହେବେ। ଧର୍ମାତ୍ମା, ବିଦ୍ବାନ୍‌ ଓ ସାହସୀ ହେବେ। ପୁରାତନ ଶବ୍ଦ ଭଣ୍ଡାରର ଉଦ୍ଧାର କର୍ତ୍ତା ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିନ୍ଦୁ ବିନ୍ଦୁ ଯୋଡ଼ି ସିନ୍ଧୁ କରିପାରନ୍ତି।

ମୀନ : ଯତ୍ନ, ଅଧ୍ୟବସାୟ ଓ ନିରନ୍ତର ଉଦ୍ୟମ ବଳରେ ଆସନ୍ନ ବିପଦର ମୁକାବିଲା କରିପାରନ୍ତି। ଅସୁସ୍ଥ ଥାଇ ମଧ୍ୟ କର୍ମତତ୍ପର ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହେବେ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories