www.samajalive.in
Sunday, December 7, 2025
23.1 C
Bhubaneswar

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆଜି ବିଧାନସଭାରେ ଶୀତ ଅଧିବେଶନର ଆରମ୍ଭର ୨ୟ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ସହ ନାରାବାଜୀ ଦେଖିବାକୁ ମିଳିଛି। ଫଳରେ ଅପରାହ୍ନ ୪ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହ ମୁଲତବି ଘୋଷଣା କରିଛନ୍ତି। ମମିତା ମେହେର ପ୍ରସଙ୍ଗରେ କଂଗ୍ରେସ ଓ ବିଜେପି ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟରେ ଆସିବା ସହ ଗୃହର ମଧ୍ୟ ଭାଗରେ ବିରୋଧୀ ଜୋରଦାର ହଙ୍ଗାମା କରିଥିଲେ।
ଏହାସହ ଗ୍ୟାସ ଦର ବୃଦ୍ଧି ଓ ଦରଦାମ ବୃଦ୍ଧି ପ୍ରତିବାଦରେ ବିଧାନସଭା ବାହାରେ ବିଜେଡି ପ୍ରତିବାଦ କରିଛନ୍ତି। ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ବିଜେଡି ବିଧାୟକ ଧାରଣା ଦେଇଛନ୍ତି। ଦର ଦାମ ବୃଦ୍ଧି ପାଇଁ କେନ୍ଦ୍ରକୁ ଦାୟୀ କରି ଧାରଣାରେ ବସିବା ସହ ଦରଦାମ ନକମିଲେ ଆନ୍ଦୋଳନ ଜାରି ରଖିବାକୁ ଦଳ ଚେତାବନୀ ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories