www.samajalive.in
Thursday, December 11, 2025
18.1 C
Bhubaneswar

ସରକାରୀ କର୍ମଚାରୀ ପାଇଁ ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ

ଭୁବନେଶ୍ବର: ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ରହିଥିଲା। ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି। ଜାତୀୟ ପେନସନ ଯୋଜନା ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories