www.samajalive.in
Saturday, December 6, 2025
16.1 C
Bhubaneswar

ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଜଣେ ଘର ମାଲିକଙ୍କୁ ହତ୍ୟା କରିଛି ଭଡ଼ାଟିଆ। ଭୁବନେଶ୍ୱରର ତମାଣ୍ଡୋ ଥାନା ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ। ତମାଣ୍ଡୋ ଅଞ୍ଚଳରେ ଥିବା ସିଭି ରମଣ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାପାର୍ଶ୍ବରୁ ଘର ମାଲିକ ସୁଶାନ୍ତ ଶତପଥୀଙ୍କ ମୃତଦେହ ମିଳିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସୁଶାନ୍ତଙ୍କ ଘରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ତାଙ୍କୁ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି। ତେବେ କେଉଁ କାରଣରୁ ଏହି ହତ୍ୟାକାଣ୍ଡ ଘଟିଲା ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।

ଅନ୍ୟପଟେ ଏହି ଘଟଣାକୁ ନେଇ ରାଜଧାନୀରେ ଘର ମାଲିକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଅନେକ ସମୟରେ ଉପଯୁକ୍ତ ଯାଞ୍ଚ ନ କରି ଘର ମାଲିକମାନେ ଘର ଭଡ଼ା ଦେଉଥିବାବେଳେ ସେମାନଙ୍କ ତଥ୍ୟ ମଧ୍ୟ ପୁଲିସ ନିକଟରେ ସବୁ ଘର ମାଲିକ ଦାଖଲ କରୁ ନ ଥିବା ଜଣାପଡ଼ିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories