www.samajalive.in
Thursday, December 11, 2025
23.1 C
Bhubaneswar

ତ୍ରୁଟିଶୂନ୍ୟ ଭୋଟର ତାଲିକା : ବୁଥ୍‌ସ୍ତରୀୟ ଅଧିକାରୀଙ୍କ ଘରକୁ ଘର ବୁଲି ସର୍ବେକ୍ଷଣ

ଭୁବନେଶ୍ୱର : ଆସନ୍ତାବର୍ଷ ହେବାକୁ ଥିବା ‘ସାଧାରଣ ନିର୍ବାଚନ-୨୦୨୪’କୁ ଆଖି ଆଗରେ ରଖି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ୩୭୬୦୬ ଜଣ ବୁଥ୍‌ସ୍ତରୀୟ ଅଧିକାରୀମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଗତ ଶୁକ୍ରବାରଠାରୁ ସର୍ବେକ୍ଷଣ ଆରମ୍ଭ ହୋଇଛି ।  ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ବୁଥ୍‌ସ୍ତରୀୟ ଅଧିକାରୀମାନେ ଘରକୁ ଘର ବୁଲି ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି । ରାଜ୍ୟର ୩୦ ଗୋଟି ଜିଲ୍ଲାରେ ଥିବା ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ସ୍ତରୀୟ ଅଧିକାରୀମାନେ ଘରକୁ ଘର ବୁଲି ଭୋଟର ତାଲିକାରେ ଥିବା ତଥ୍ୟଗୁଡ଼ିକର ତନଖି କରିବା ସହ ତାଲିକାରୁ ବାଦ ପଡ଼ିଥିବା ଯୋଗ୍ୟ ବ୍ୟକ୍ତିଙ୍କ ନାମ ଯୋଗ କରିବା, ନୂତନ ଭୋଟର ଯେଉଁମାନଙ୍କ ବୟସ ତା. ୦୧.୧୦.୨୦୨୪ ସୁଦ୍ଧା ୧୮ ବର୍ଷ ପୂର୍ଣ୍ଣ ହେଉଥିବ ସେମାନଙ୍କୁ ତାଲିକାଭୁକ୍ତ କରାଇବା, ସବୁଦିନ ପାଇଁ ନିର୍ବାଚନ ମଣ୍ଡଳୀରୁ ଅନ୍ୟତ୍ର ସ୍ଥାନାନ୍ତରିତ ହୋଇଥିବା ଭୋଟର ଏବଂ ମୃତ ବ୍ୟକ୍ତିଙ୍କ ନାମ ଭୋଟର ତାଲିକାରୁ ବାଦ ଦେବା ସହ ସବୁଦୃଷ୍ଟିରୁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସଂପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବେ ।
ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ଚାଲୁ ରହିଥିବା ଘରକୁ ଘର ସର୍ବେକ୍ଷଣରେ ରାଜ୍ୟର ନାଗରିକମାନେ ଅଂଶଗ୍ରହଣ କରିବା ସହ ତଥ୍ୟ ସଂଗ୍ରହକାରୀ ଅଧିକାରୀମାନଙ୍କୁ ସହଯୋଗ କରି ସଠିକ ତଥ୍ୟ ପ୍ରଦାନ କରିବା ସହ ଗଣତନ୍ତ୍ରକୁ ସୁଦୃଢ଼ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ନାଗରିକମାନଙ୍କୁ ନିବେଦନ କରିଛନ୍ତି ।

 

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories