www.samajalive.in
Friday, December 12, 2025
14.1 C
Bhubaneswar

ହିମାଚଳରେ ଭୂସ୍ଖଳନ ; ମାଟିରେ ମିଶିଲା ବହୁ ଅଟ୍ଟାଳିକା

ସିମ୍‌ଲା : ହିମାଚଳପ୍ରଦେଶର କୁଲ୍ଲୁ ଜିଲାରେ ଗୁରୁବାର ଭୂସ୍ଖଳନ ହେବାରୁ ବହୁ ଅଟ୍ଟାଳିକା ମାଟିରେ ମିଶି ଯାଇଛି। ଭୂସ୍ଖଳନ ଖବର ପାଇ ଏନ୍‌ଡିଆରଏଫ ଓ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ବାହିନୀର ଯବାନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ହିମାଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପରିସ୍ଥିତି ଅଧିକ ଖରାପ ହେବାର ଆଶଙ୍କା ରହିଛି।
ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ବାର୍ତ୍ତା ଛାଡ଼ି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ ଦର୍ଶାଯାଇଛନ୍ତି କୁଲ୍ଲୁର ଆନ୍ନି ଅଞ୍ଚଳରେ ଥିବା ଏକ ବହୁତଳ ଅଟ୍ଟାଳକା ଭୂସ୍ଖଳନ ଯୋଗୁଁ ପ୍ରଥମେ ଭୁଶୁଡ଼ି ପଡ଼ିଥିଲା। ଏହି ଅଟ୍ଟାଳିକା ନିକଟରେ ଥିବା ଅନ୍ୟ କେତେକ ଘର ମଧ୍ୟ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ତେବେ ଭୂସ୍ଖଳନ ହେବା ଆଶଙ୍କା କରି ପ୍ରଶାସନ ତରଫରୁ ପୂର୍ବରୁ ସେହି ଅଞ୍ଚଳରୁ ଜନସାଧାରଣଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରି ଦିଆଯାଇଥିଲା। ଭୂସ୍ଖଳନରେ ବର୍ତ୍ତମାନ ସୁଦ୍ଧା କୌଣସି ବ୍ୟକ୍ତି ପ୍ରାଣ ହରାଇଥିବା ନେଇ ସୂଚନା ନ ଥିବା ଜନୈକ ବରିଷ୍ଠ ପୁଲିସ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ହିମାଚଳ ପ୍ରଦେଶର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାରୁ ଜନଜୀବନ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।
ଅନ୍ୟପକ୍ଷରେ ବୁଧବାର ବର୍ଷାଜନିତ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୧୨ଜଣ ଲୋକ ପ୍ରାଣ ହରାଇଥିବା ସରକାରୀ ଭାବେ ସୂଚନା ଦିଆଯାଇଛି। ବର୍ଷା ଓ ଭୂସ୍ଖଳନ ଯୋଗୁଁ ବହୁ ଘର ଭାଙ୍ଗିଥିବା ଜଣାପଡ଼ିଛି। ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜାତୀୟ ରାଜପଥରେ ବହୁସଂଖ୍ୟକ ଗାଡ଼ି ଅଟକି ରହିଛି। ବର୍ତ୍ତମାନ ସୁଦ୍ଧା ବର୍ଷାଜନିତ ପରିସ୍ଥିତି ଯୋଗୁଁ ୮ ହଜାର କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ରାଜ୍ୟ ସରକାରଙ୍କ ତରଫରୁ ଦର୍ଶାଯାଇଛି। ୨ ହଜାରରୁ ଅଧିକ ଘର ସଂପୂର୍ଣ୍ଣ ମାଟିରେ ମିଶି ଯାଇଥିବା ବେଳେ ପାଖାପାଖି ୧୦ ହଜାର ଘର ଆଶିଂକ କ୍ଷତିଗ୍ରସ୍ତ ହୋଇଥିବା ରାଜ୍ୟ ସରକାରଙ୍କ ତଥ୍ୟରୁ ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୩୮ଜଣଙ୍କ ଜୀବନ ଯାଇଥିବା ବେଳେ ୪୦ ଜଣ ନିଖୋଜ ଅଛନ୍ତି। ଏକାଧିକ ଜିଲାରେ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରାଯାଇଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories