www.samajalive.in
Monday, December 15, 2025
24.1 C
Bhubaneswar

ପୁଣି ୨୭ରୁ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ବେଳକୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ ପୁରୀ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ମତ କହୁଛି, ୨୫ରୁ ୩୦ ତାରିଖ ଭିତରେ ଆଗ ପଛ ହୋଇ ଦୁଇଟି ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ସୁଦ୍ଧା ମିଆଁମାର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହି ଲଘୁଚାପ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷିବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାରେ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ କିଛି ଜିଲାରେ ମେଘୁଆ ପାଗ ଲାଗି ରହିଛି। ଅଳ୍ପ କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସକ୍ରିୟ ନିମ୍ନଚାପ ରେଖା ପ୍ରଭାବରେ ରାଜଧାନୀରେ ମେଘୁଆ ଆକାଶ ଦେଖିବାକୁ ମିଳିଛି। କିଛି ଅଞ୍ଚଳ‌େ‌ର ଝିପିଝିପି ବର୍ଷା ହୋଇଥିବା ଜଣାପଡ଼ିଛି। ଆଗକୁ ୩ଦିନ ପର୍ଯ୍ୟନ୍ତ ପାଗ ଏହିଭଳି ରହିବ। ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories