www.samajalive.in
Saturday, December 6, 2025
26.1 C
Bhubaneswar

ଶୁକ୍ରବାରଠୁ ମାଟ୍ରିକ ପରୀକ୍ଷା ; ବୋର୍ଡ ପକ୍ଷରୁ ପ୍ରସ୍ତୁତି ଚୁଡାନ୍ତ

ଡେସ୍କ : ଶୁକ୍ରବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଓଡ଼ିଶା ମଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏ ନେଇ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି । ମୋଟ ୫ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ୩୨୧୮ଟି  ପରୀକ୍ଷା କେନ୍ଦ୍ରରେ ଆସନ୍ତା ୨୦ ତାରିଖ ପରୀକ୍ଷା ଚାଲିବ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ। ତେଣୁ ପ୍ରଥମ ଦିନ ଘଣ୍ଟାଏ ଆଗରୁ ପହଞ୍ଚିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସକାଳ ୬ରୁ ୭ଟା ଭିତରେ କଡା ସୁରକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯାଇ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ମୋଟ ୩୧୬ଟି ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଅନ୍ୟ ପକ୍ଷରେ ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ଏଥିନିମନ୍ତେ ନିକଟରେ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆଭାସି ଜରିଆରେ ଅନୁଷ୍ଠିତ ହୋଇଥିଲା ।  ସଫଳତାର ସହ ତ୍ରୁଟିଶୂନ୍ୟ ଭାବେ ପରୀକ୍ଷା ପରିଚାଳନା ନିମନ୍ତେ ମୁଖ୍ୟ ସଚିବ ଗୁରୁତ୍ବାରୋପ କରିଥିଲେ। ପରୀକ୍ଷା ହଲକୁ ଯାଉଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷା ପରିଚାଳନା ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଭଲଭାବେ ଯାଞ୍ଚ କରି କେନ୍ଦ୍ର ମଧ୍ୟକୁ ଛାଡ଼ିବାକୁ ସେ ନିର୍ଦେଶ ଦେଇଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପର୍ଯ୍ୟବେକ୍ଷକ ଓ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ମୁତୟନ ଉପରେ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ। ପ୍ରଶ୍ନପତ୍ର ଓ ଉତ୍ତରଖାତା ରହୁଥିବା ଷ୍ଟ୍ରଙ୍ଗ ରୁମରେ ୨୪ ଘଣ୍ଟିଆ କଡ଼ା ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷା କର୍ମୀ ମୁତୟନ, ବିଦ୍ୟୁତ ଏବଂ ପିଇବା ପାଣି ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ସଚିବ ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି। ପରୀକ୍ଷା ନିମନ୍ତେ ୨୨ଟି ପୁଲିସ ଷ୍ଟେସନକୁ ମିଶାଇ ମୋଟ ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ଏଥିମଧ୍ୟରେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଏବଂ ମାଲକାନଗିରିରେ ୧୦ଟି ପୁଲିସ ଷ୍ଟେସନରେ ନୋଡାଲ ସେଣ୍ଟର କରାଯାଇଛି।

- Advertisement -

 

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories