www.samajalive.in
Monday, December 15, 2025
24.1 C
Bhubaneswar

ଦଶମ ଶ୍ରେଣୀ ପରୀକ୍ଷା : ପ୍ରଶ୍ନପତ୍ର ପ୍ରେରଣ ସମୟ ବଦଳିଲା

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାରେ କପି(ନକଲ) ରୋକିବାକୁ ପରିଚାଳନା ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ଏଣିକି ସକାଳ ୬ଟା୩୦ ପରେ ନୋଡାଲ କେନ୍ଦ୍ରରୁ ପ୍ରଶ୍ନ ପତ୍ର ସହ ଦଳ ବାହାରିବେ। ପରୀକ୍ଷା କେନ୍ଦ୍ରରେ ୬ଟା ୪୫ରୁ ୭ଟା ୩୦ ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବ ଏବଂ କେନ୍ଦ୍ର ଅଧୀକ୍ଷକଙ୍କୁ ପ୍ରଶ୍ନପତ୍ର ହସ୍ତାନ୍ତର କରାଯିବ। ସମସ୍ତ ନୋଡାଲ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ବୋର୍ଡ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଗୁରୁବାର ହେବାକୁ ଥିବା ବିଜ୍ଞାନ ପରୀକ୍ଷାରୁ ଏହି ନୂଆ ନିୟମ ଲାଗୁ ହେବ। ପରୀକ୍ଷା ଆରମ୍ଭର ଏକ ଘଣ୍ଟା
ପୂର୍ବରୁ ଅର୍ଥାତ ସକାଳ ୭ଟା ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚୁଥିଲା। ଫଳରେ ସକାଳ ୬ଟାରୁ କିମ୍ବା ଏହା ପୂର୍ବରୁ ନୋଡାଲ କେନ୍ଦ୍ରରୁ ପ୍ରଶ୍ନ ପତ୍ର ନିଆଯାଉଥିଲା। କିନ୍ତୁ ଏହା ଦ୍ୱାରା ପରୀକ୍ଷା କେନ୍ଦ୍ର ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏଥିସହ ପ୍ରଶ୍ନପତ୍ର ଲିକ ହେବାର ସମ୍ଭାବନା ମଧ୍ୟ ରହୁଥିଲା। ସୁରକ୍ଷା ଦୃଷ୍ଟିରୁ ଏଭଳି ପରିବର୍ତ୍ତନ କରାଯାଇଥିବା ବୋର୍ଡ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନା ଥାଉକି, ଆସନ୍ତା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷା ଚାଲିବ। ଏଥିପାଇଁ ସମୁଦାୟ ୩୨୧୮ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଥିବାବେଳେ ପ୍ରଶ୍ନପତ୍ର ରଖିବାକୁ ୩୧୬ଟି ନୋଡାଲ କେନ୍ଦ୍ର ହୋଇଛି। ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories