www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରକାଶ ପାଇଲା ମ୍ୟାଟ୍ରିକ ପରୀକ୍ଷା ଫଳ, ପାସ ହାର ୯୭.୮୯%

ଆଜି ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପାସ ହାର ୯୭.୮୯% ରହିଥିବା ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସେ ମାଟ୍ରିକ ପରୀକ୍ଷା ଫଳ ସମ୍ପର୍କରେ ଗଣମାଧ୍ୟମକୁ ସବିଶେଷ ସୂଚନା ଦେଇଛନ୍ତି।

ଚଳିତ ଥର ମ୍ୟାଟ୍ରିକ ପରୀକ୍ଷା ଦେବା ପାଇଁ ୫ ଲକ୍ଷ ୭୪ ହଜାର ୧୭୫ ଜଣ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଫେଲ ହୋଇଥିବା ପିଲାଙ୍କ ସଂଖ୍ୟା ହେଉଛି ୭ ହଜାର ୭୦୩। ଏହି ପରୀକ୍ଷାରେ ୨ ଲକ୍ଷ ୮୦ ହଜାର ୩୫୨ ଜଣ ବାଳକ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୨ ଲକ୍ଷ ୮୧ ହଜାର ୬୫୮ ଜଣ ବାଳିକା ଉତ୍ତୀର୍ଣ୍ଣ ହୋଇଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories