www.samajalive.in
Saturday, December 6, 2025
16.1 C
Bhubaneswar

ଦ୍ଵାରକା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟଣା, ୩ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ୩ ଜଣଙ୍କ ପ୍ରାଣହାନୀ ଘଟିଛି। ଦୁଇ ପିଲା(ଜଣେ ପୁଅ ଏବଂ ଜଣେ ଝିଅ, ଉଭୟଙ୍କ ବୟସ ୧୦ ବର୍ଷ) ନିଜକୁ ବଞ୍ଚାଇବା ପାଇଁ ବାଲକୋନୀରୁ ଡେଇଁ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ପରେ ତାଙ୍କ ବାପା ୟଶ ଯାଦବ(୩୫) ବାଲକୋନୀରୁ ଡେଇଁ ପଡ଼ିଥିଲେ। ତାଙ୍କୁ ମଧ୍ୟ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି। ୟଶ ଯାଦବଙ୍କ ପତ୍ନୀ ଏବଂ ବଡ଼ ପୁଅ ନିଆଁରୁ ବର୍ତ୍ତି ଯାଇଛନ୍ତି ଏବଂ ସେମାନେ ଜୀବିତ ଅଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଦିଲ୍ଲୀ ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଏକ ଆପାର୍ଟମେଣ୍ଟର ସପ୍ତମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ୮ଟି ଅଗ୍ନିଶମ ଟିମ୍‍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories