www.samajalive.in
Monday, December 8, 2025
27.1 C
Bhubaneswar

ଲାକ୍ଷାଦ୍ବୀପର ବିକାଶ ପାଇଁ ବ୍ୟାପକ ବିନିଯୋଗ କରାଯିବ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଅନ୍ତରୀଣ ବଜେଟ୍‌ ଉପସ୍ଥାପନ କରିଛନ୍ତି। ବଜେଟ୍‌ରେ ପର୍ଯ୍ୟଟନ କ୍ଷେତ୍ରକୁ ବେଶ୍‌ ଗୁରୁତ୍ବ ଦିଆଯାଇଛି। ଦେଶର ପର୍ଯ୍ୟଟନ କ୍ଷେତ୍ରରେ ସରକାର ଯଥେଷ୍ଟ ବିନିଯୋଗ କରିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ଶାସିତ ଅଞ୍ଚଳ ଲାକ୍ଷାଦ୍ବୀପ ଉପରେ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ଏହାର ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ବ୍ୟାପକ ବିନିଯୋଗ କରାଯିବ। ତେବେ ମାଳଦ୍ବୀପ ସହ କୁଟନୈତିକ ବିବାଦ ପରେ ବହୁ ଭାରତୀୟ ଲାକ୍ଷାଦ୍ବୀପକୁ ଏବେ ବିକଳ୍ପ ଗନ୍ତବ୍ୟସ୍ଥଳ ଭାବରେ ଦେଖୁଛନ୍ତି। ପୂର୍ବରୁ ମାଳଦ୍ବୀପ ଭାରତୀୟଙ୍କର ପ୍ରଥମ ପସନ୍ଦ ଥିଲା।

 

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories