www.samajalive.in
Monday, December 15, 2025
26.1 C
Bhubaneswar

ଭେଣ୍ଟିଲେଟର୍‌ରେ ହ୍ୟୁମାନ : କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’

ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍‌ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ବାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ୩୬ ବର୍ଷୀୟ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଏହି ସମୟରେ ପୁଅର ଚିକିତ୍ସା ପାଇଁ ସହାୟତା ଦେବାକୁ ତାଙ୍କ ମା’ ଆକୁଳ ନିବେଦନ କରିଛନ୍ତି। ସେ କହିଛନ୍ତି, ମୋ ପୁଅ ଭେଣ୍ଟିଲେଟର୍‌ରେ ଅଛି। ଦୟାକରି ମୋ ପୁଅ ବାହାରକୁ ନେଇ ଚିକିତ୍ସା କରନ୍ତୁ ବୋଲି ସେ କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ କହିଛନ୍ତି।
ଏମ୍‌ସ ପକ୍ଷରୁ ଜାରି ସୂଚନା ଅନୁସାରେ, ତାଙ୍କର ଶ୍ବାସକ୍ରିୟା ବିଫଳତା ଓ କିଡ୍‌ନୀରେ ଗଭୀର ଆଘାତ ସମେତ କ୍ରନିକ ଲିଭର ସମସ୍ୟା ରହିଛି। ଏହାସହ ସେ ନିମୋନିଆରେ ମଧ୍ୟ ପୀଡ଼ିତ। ସୂଚନାଯୋଗ୍ୟ, କିଛିଦିନ ହେଲା ଗୁରୁତର ଅସୁସ୍ଥ ହୋଇ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ମଧ୍ୟ ଏମ୍‌ସରେ ଚିକିତ୍ସିତ ହେଉଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories