www.samajalive.in
Saturday, December 6, 2025
26.1 C
Bhubaneswar

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନୃଶଂସ ସ୍ଵାମୀ

ବାଲେଶ୍ୱର: ଖଇରା ଥାନା ନନ୍ଦୁର ପଞ୍ଚାୟତର ଅସୁରିଆ ଗାଁରେ ଅଘଟଣ । ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନୃଶଂସ ସ୍ଵାମୀ। ମୃତ ମହିଳା ଜଣକ କାଞ୍ଚନ ପରିଡା ବୋଲି ଜଣାପଡିଛି। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ରମାକାନ୍ତ ଏବଂ ସ୍ତ୍ରୀ କାଞ୍ଚନଙ୍କ ମଧ୍ୟ ବଚସା ହୋଇଥିଲା। କ୍ରମଶଃ ଝଗଡା ଉଗ୍ରରୂପ ଧାରଣ କରିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ରମାକାନ୍ତ ଏକ ଠେଙ୍ଗାରେ କାଞ୍ଚନଙ୍କୁ ପିଟି ପିଟି ହତ୍ୟା କରିଥିଲେ। ପରେ ଗ୍ରାମବାସୀମାନେ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ମିଳିଥିବା ସୂଚନା ଅନୁଯାୟୀ ରମାକାନ୍ତ ପୂର୍ବରୁ ମଧ୍ୟ ଏକ ହତ୍ୟାକାଣ୍ଡ ମାମଲାରେ ଜେଲ୍ ଯାଇଥିଲେ। ସେ ସବୁବେଳେ ନିଶାଶକ୍ତ ଅବସ୍ଥାରେ ରହୁଥିଲେ। ଏବଂ ନିଜ ଘରେ ଚୋରା ମଦ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଏହି ଘଟଣା ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories