www.samajalive.in
Thursday, December 11, 2025
15.1 C
Bhubaneswar

ଦୋକାନରେ ପଶି ଯୁବକଙ୍କୁ ହାଣିଲେ ସରପଞ୍ଚଙ୍କ ସ୍ଵାମୀ

ସମାଜ ଡିଜିଟାଲ ଡେସ୍କ: ପୁରୁଷୋତ୍ତମପୁର ଥାନା ସିକୁଳା ଗାଁରେ ସୁଶାନ୍ତ ବେହେରା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି ସରପଞ୍ଚଙ୍କ ସ୍ଵାମୀ ଦିବାକର ବେହେରା। ଗାଁର ମାଉସୀ ମା’ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଆହତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ପୁରୁଷୋତ୍ତମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁଶାନ୍ତଙ୍କର ଏକ ଷ୍ଟେସନାରୀ ଦୋକାନ ରହିଛି। ସରପଞ୍ଚଙ୍କ ସ୍ଵାମୀ ଦିବାକର ତାଙ୍କୁ ଦୋକାନରେ ପଶି ଆକ୍ରମଣ କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଆକ୍ରମଣ ହୋଇଥିବା ପୁଲିସଠାରୁ ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories