www.samajalive.in
Monday, December 8, 2025
14.1 C
Bhubaneswar

ହୁତୁ ହୁତୁ ହୋଇ ଜଳିଗଲା ବସ୍‌: ୨୦ ଜୀବନ୍ତ ଦଗ୍ଧ

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲରେ ଏକ ଘରୋଇ ବିଳାସପୂର୍ଣ୍ଣ ବସ୍‌ ଏକ ମୋଟର ସାଇକେଲ ସହିତ ଧକ୍କା ହେବା ପରେ ନିଆଁ ଲାଗି ସପୂର୍ଣ୍ଣ ଜଳିଯାଇଛି । ଏହି ଦୁର୍ଘଟଣାରେ ୨୦ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟ ଯାତ୍ରୀମାନେ ବସରୁ ଡେଇଁ ପଡି ନିଜ ଜୀବନ ରକ୍ଷା କରିବାକୁ ପ୍ରୟାସ କରିଥିଲେ । ଆଉ କେତେକ ଯାତ୍ରୀ ଆହାତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ବସଟି ୪୦ଜଣ ଯାତ୍ରୀଙ୍କୁ ନେଇ ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବସଟି କାବେରୀ ଟ୍ରାଭେଲ୍ସର ମାଲିକାନାରେ ଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

- Advertisement -

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦୁର୍ଘଟଣ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ବସରେ ନିଆଁ ଲାଗିବା ମାତ୍ରେ ଲୋକମାନେ ଜୀବନ ବଞ୍ଚାଇବା ପାଇଁ ଜରୁରୀକାଳିନ ପ୍ରସ୍ଥାନ ଫାଟକରୁ ଡେଇଁ ପଡିଥିଲେ । ବସର ସମ୍ମୁଖ ଭାଗ ଏବଂ ବାଇକ ମଧ୍ୟରେ ଧକ୍କା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଧକ୍କା ହେବା ଫଳରେ ବାଇକଟି ପ୍ରାୟ ୩୦୦ରୁ ୪୦୦ ମିଟର ଘୋଷାଡି ହୋଇଥିଲା । ଫଳରେ ଗାଡିରୁ ପେଟ୍ରୋଲ ଢାଳି ହେବାରୁ ନିଆଁ ଲାଗି ଯାଇଥିଲା । ବାଇକ ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories