www.samajalive.in
Saturday, December 6, 2025
26.1 C
Bhubaneswar

ଚଳନ୍ତା ବୁଲେଟରେ ବିସ୍ଫୋରଣ: ୧୦ ଗୁରୁତର

ନୂଆଦିଲ୍ଲୀ: ତେଲେଙ୍ଗାନାର ହାଇଦ୍ରାବାଦରେ ଏକ ଚଳନ୍ତା ବୁଲେଟରେ ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ହାଇଦ୍ରାବାଦ ଭବାନୀନଗର ପୁଲିସ୍‌ ଷ୍ଟେସନ ଅଞ୍ଚଳରେ ଏହି ଏକ ବଡ଼ ଅଘଟଣ ଘଟିଛି। ବାଇକଟି ଅତି  ଦ୍ରୁତ ଗତିରେ ଯାଉଥିବାବେଳେ ହଠାତ୍ ବାଇକାରେ ନିଆଁ ଲାଗି ଯାଇଥିଲା। ବିସ୍ଫୋରଣଟି ଏତେ ଭୟଙ୍କର ଥିଲା ଯେ, ବୁଲେଟ ଚାଳକଙ୍କ ସମେତ ରାସ୍ତାରେ ଯାଉଥିବା ପ୍ରାୟ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ପରେ ଖବର ପାଇ ପୁଲିସ୍ ଏବଂ ଅଗ୍ନିଶମବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପରେ ଗୁରୁତର ମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ କେଉଁ ପରିସ୍ଥିତି ଏଭଳି ଅଘଟଣ ଘଟିଛି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories