www.samajalive.in
Saturday, December 6, 2025
14.1 C
Bhubaneswar

ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି, ଅନେକ ଆହତ

ସମାଜ ଡିଜିଟାଲ ଡେସ୍କ: ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣାରେ ଏଯାବତ ୩୪ଜଣଙ୍କ ମୃତ୍ୟୁ ହୋଇଛି । ସୋମବାର ପସାମୋଲାରମ ଶିଳ୍ପାଞ୍ଚଳରେ ଥିବା ଏକ ରାସାୟନିକ କାରଖାନା ସିଗାଚି ଇଣ୍ଡଷ୍ଟ୍ରିଜରେ ଏହି ବିସ୍ଫୋରଣ ଘଟିଥିଲା । ଗତକାଲି ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଳମ୍ବିତ ରାତି ୩୪ରୁ ଅଧିକ ଲୋକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କୁହାଯାଉଛି ଯେ ଏଥିରେ ଅନେକ ଲୋକ ଆହତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ।
ସୋମବାର ସକାଳ ୮ଟା ୧୫ରୁ ୯ଟା ୩୫ମଧ୍ୟରେ କାରଖାନାରେ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ କାରଖାନାର ଏକ ଅଂଶ ଭୁଶୁଡି ପଡିଥିବାର ଭୟଙ୍କର ନିଆଁ ଲାଗିଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟକ ଆରମ୍ଭ କରିଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ୨୪ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories