www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦେଶାଳୟରେ ଦୁର୍ନୀତି ନିବାରଣ ଶପଥ ପାଠ

ଭୁବନେଶ୍ୱର: ଆଜି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦେଶାଳୟରେ ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ନିର୍ଦେଶକ କୃପାସିନ୍ଧୁ ମିଶ୍ର କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଉପବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ କାର୍ଯ୍ୟରେ ସାଧୁତା ଓ ସଚ୍ଚୋଟତାର ସର୍ବୋଚ୍ଚ ମାନକୁ ଅନୁସରଣ କରିବା ଏବଂ ଦୁର୍ନୀତି ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ପାଇଁ ଶପଥ କରାଇଥିଲେ। ଆହୁରି ମଧ୍ୟ କର୍ମଚାରୀମାନେ ସମସ୍ତ କାର୍ଯ୍ୟ ସ୍ୱଚ୍ଛତାର ସହ ସମ୍ପାଦନ, ଜନହିତରେ କାର୍ଯ୍ୟ, ବ୍ୟକ୍ତିଗତ ଜୀବନରେ ସାଧୁତା ପ୍ରଦର୍ଶନ ଏବଂ ଯେ କୌଣସି ଦୁର୍ନୀତି ସମ୍ପର୍କରେ ଉପଯୁକ୍ତ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବାର ଶପଥ ନେଇଥିଲେ। ସମ୍ପ୍ରତି ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପ୍ରସଙ୍ଗ ରହିଛି ‘ସତର୍କ ଭାରତ, ସମୃଦ୍ଧ ଭାରତ’। ଏହି ପରିପ୍ରେକ୍ଷୀରେ ବିଭାଗୀୟ ଅତିରିକ୍ତ ନିର୍ଦେଶକ ବରଦା ପ୍ରସନ୍ନ ଦାସ ‘କେନ୍ଦ୍ରୀୟ ସତର୍କତା ଆୟୋଗ’ଙ୍କ ନିର୍ଦେଶନାମା ଅନୁସାରେ ରାଜ୍ୟ ସରକାରଙ୍କ ତରଫରୁ ଚଳିତ ମାସ ଅକ୍ଟୋବର ୨୭ରୁ ଆସନ୍ତା ନଭେମ୍ବର ମାସ ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories