www.samajalive.in
Monday, December 15, 2025
26.1 C
Bhubaneswar

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା; ଯୁବକ ମୃତ

ବାଲିପାଟଣା, ୨୩।୧୦/ ୨୫: ନୂଆସାହି ନିମାପଡ଼ା କେନାଲ ବନ୍ଧ ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୂବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମୁଣ୍ଡହଣାପାଟଣାର ପ୍ରତାପ ଭୋଇ। ସେ ମଟର ସାଇକେଲରେ ନିମାପଡ଼ା ପଟୁ ତାଙ୍କର ନିଜ ଗାଁ  ମୁଣ୍ଡହଣାପାଟଣା ଫେରୁଥିବା ବେଳେ ନୂଆସାହି ପଟୁ ଦ୍ରୁତଗତିରେ ଯାଉଥିବା ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପ୍ରତାପ ମଟର ସାଇକଲ ସହ କୁଞ୍ଚପଦା ଠାରେ ଗଛରେ ପିଟି ହେଇ ଯିବାରୁ ମୁହଁ ଛାତିରେ ଆଘାତ ଲାଗିଥିଲା। ତାଙ୍କୁ ଉଦ୍ଧାର କରି ଅଠାନ୍ତର ହସ୍ପିଟାଲ ଅଣା ଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ବାଲିପାଟଣା ପୁଲିସ ଘଟଣାର ତଦନ୍ତ କରୁଛି। ସମ୍ପୃକ୍ତ ସ୍କୁଟି ଚାଳକ ଫେରାର ହୋଇଯାଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories