www.samajalive.in
Tuesday, December 9, 2025
15.1 C
Bhubaneswar

ଆଇଏଏସ ସ୍ତରରେ ବଦଳି

ଭୁବନେଶ୍ବର : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ସଚିବ ଡ.ଚନ୍ଦ୍ରଶେଖର କୁମାରଙ୍କୁ ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ଭାବେ ବଦଳି କରାଯାଇଛି। ପଣ୍ୟାଗାର ନିଗମ ଅଧ୍ୟକ୍ଷ ପଦକୁ ପ୍ରମୁଖ ସଚିବ ପାହ୍ୟା ଭାବେ ଘୋଷଣା କରାଯାଇଛି। ଚନ୍ଦ୍ରଶେଖର କୁମାର ଦାୟିତ୍ବ ଗ୍ରହଣ କରିବା ପରେ ଏଠାରେ ଅଧ୍ୟକ୍ଷ ଭାବେ ପୂର୍ବରୁ ଅତିରିକ୍ତ ଦାୟିତ୍ବ​‌ରେ ଥିବା ଡ.ସୌରଭ ଗର୍ଗ କେବଳ ତାଙ୍କ ନିଜ ଦାୟିତ୍ବରେ ରହିବେ।
୧୯୯୩ ବ୍ୟାଚର ଆଇଏଏସ ନିକୁଞ୍ଜ ବିହାରୀ ଧଳଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ଶ୍ରୀ ଧଳଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ୧୯୯୯ ବ୍ୟାଚର ଆଇଏସ ତଥା କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସ୍ବତନ୍ତ୍ର ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ଶର୍ମା ଉକ୍ତ ବିଭାଗର ଦାୟିତ୍ବ ଗ୍ରହଣ କରିବା ପରେ ଅତିରିକ୍ତ ଦାୟିତ୍ବରେ ଥିବା ଶ୍ରୀ ଧଳ ଏହି ଦାୟିତ୍ବରୁ ଅବ୍ୟାହତି ନେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories